Masthead

୩ଦିନ ଯାଏଁ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ୩ଦିନ ଯାଏଁ ଲାଗିରହିବ ମଧ୍ୟମ ଧରଣର ବର୍ଷା । ବିଶେଷକରି ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଟିକେ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ମୌସୁମୀ ପ୍ରଭାବରେ ଗତ ୧୫ ଦିନରେ ରାଜ୍ୟରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି ।

ଆସନ୍ତା ୨୪ ଘଣ୍ଟା ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ସେପଟେ ରାଜଧାନୀ ଭୁବନେଶ୍ୱରରେ ଆଜି ପାଗ ମେଘୁଆ ରହିଛି । କେତେକ ସ୍ଥାନରେ ସକାଳୁ ଝିପଝିପ୍ ବର୍ଷା ମଧ୍ୟ ହୋଇଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ