କାର୍ଯ୍ୟରତ ସାମ୍ବାଦିକଙ୍କୁ ହତ୍ୟା ଧମକ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ବଡଚଣାରେ ଜଣେ ସାମ୍ବାଦିକଙ୍କୁ ମିଳିଛି ହତ୍ୟା ଧମକ । ଏ ନେଇ ସାମ୍ବାଦିକ ଜଣକ ବାଲିଚନ୍ଦ୍ରପୁର ଥାନାର ଦ୍ବାରସ୍ଥ ହୋଇଥିଲେ । ସୂଚନା ଅନୁଯାୟୀ, ସରକାରଙ୍କ ସଟଡାଉନ ଘୋଷଣା ପରେ ମଧ୍ୟ ବାଲିକୁଦା ବଜାରରେ ଲୋକଙ୍କ ନାହିଁ ନ ଥିବା ଭିଡ ଦେଖିବାକୁ ମିଳିଥିଲା । ନା ଥିଲା ସାମାଜିକ ଦୂରତା, ନା ଥିଲା ଅଧିକାଂଶ ଲୋକଙ୍କ ମୁହଁରେ ମାସ୍କ । ନିରପେକ୍ଷ ଭାବରେ ଏକ ଘରୋଇ ଚ୍ୟାନେଲ ଏହି ନ୍ୟୁଜ୍ ପ୍ରସାରଣ କରିଥିଲା । ଚ୍ୟାନେଲ ଦାୟିତ୍ବରେ ଥିବା ଅଜୟ ଅନୁରାଗ ଏ ବାବଦରେ ଥାନା ଅଧିକାରୀଙ୍କୁ ଅବଗତ କରାଇଥିଲେ ।

ଏହି ଖବର ପ୍ରସାରଣ ପରେ ଉତକ୍ଷିପ୍ତ ହୋଇ ସିଧାସଳଖ ଭାବେ ସାମାଜିକ ଗଣମାଧ୍ୟମରେ ଅଜୟ ଅନୁରାଗଙ୍କୁ ହାଣିବା ପାଇଁ ଧମକ ଦେଇଥିଲେ। ହତ୍ୟା ଧମକ ଦେଇଥିବା ବ୍ୟକ୍ତି ଜଣକ ହେଲେ ପରେଶ କୁମାର ନନ୍ଦ । ସେ ରଇପୁର ପଞ୍ଚାୟତ ଫକିରମିଆଁ ପଟଣା ଗ୍ରାମର ଅଟନ୍ତି । ସାମ୍ବାଦିକ ଅଜୟ ଅନୁରାଗ ମହାନ୍ତି ବାଲିଚନ୍ଦ୍ରପୁର ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି । ପୋଲିସ କେସ ନଂ ୨୯୪/୫୦୬ରେ ମାମଲା ରୁଜୁ କରି ତଦନ୍ତ ଚାଲୁ ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ