Masthead

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ୪ ଥର ହେବ କୋଭିଡ ଟେଷ୍ଟ

ପୁରୀ(ବଡ଼ ଖବର ବ୍ୟୁରୋ): ପୂର୍ବ ବର୍ଷ ପରି ଚଳିତ ବର୍ଷ ମଧ୍ୟ କରୋନା କଟକଣା ମଧ୍ୟରେ ବିନା ଭକ୍ତରେ ପାଳିତ ହେବାକୁ ଯାଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । କିନ୍ତୁ ଚଳିତ ବର୍ଷ ରଥଯାତ୍ରା ପାଇଁ ୪ଥର ହେବ କରୋନା ଟେଷ୍ଟ । ପୁରୀ ରଥଯାତ୍ରା ସହ ସଂପୃକ୍ତ ଥିବା ସମସ୍ତ ବ୍ୟକ୍ତିଙ୍କର ୪ ଥର କୋଭିଡ ଟେଷ୍ଟ କରାଯିବ ।

ସ୍ନାନ ଯାତ୍ରା, ଗୁଣ୍ଡିଚା ଯାତ୍ରା ଓ ବାହୁଡ଼ା ଯାତ୍ରାର ୪୮ଘଣ୍ଟା ପୂର୍ବରୁ ଏବଂ ନୀଳାଦ୍ରୀବିଜେର ୧୫ ଦିନ ପୁର୍ବରୁ ହେବ ଆରଟିପିସିଆର ଟେଷ୍ଟ । ସେବାୟତ, ପୋଲିସ ଓ ମନ୍ଦିର ଅଧିକାରୀଙ୍କର ହେବ କୋଭିଡ ଟେଷ୍ଟ । ସ୍ନାନ ଯାତ୍ରା ଓ ରଥଯାତ୍ରାରେ ସେବାୟତଙ୍କୁ ଆବଶ୍ୟକ ମାସ୍କ ମଧ୍ୟ ଯୋଗାଇ ଦିଆଯିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତି ନିଆଯାଇଛି । ଶ୍ରୀମନ୍ଦିର ପ୍ରଶାସନ ଓ ସିଡିଏମଓ ଅଫିସ ମଧ୍ୟରେ ଯୋଗସୂତ୍ର ରକ୍ଷା କରିବେ ଜଣେ ନୋଡାଲ ଅଧିକାରୀ । ରଥଯାତ୍ରା କୋଭିଡ଼ ପରିଚାଳନା ନେଇ ଆଜି ଶ୍ରୀମନ୍ଦିର ପ୍ରଶାସନର ଏକ ବୈଠକ ବସିଥିଲା ।

ସୂଚନା ମୁତାବକ, ଚଳିତ ବର୍ଷ ବି ରାଜ୍ୟରେ କେବଳ ପୁରୀରେ ହିଁ ରଥଯାତ୍ରା ହେବାକୁ ଯାଉଛି । ବିନା ଭକ୍ତରେ ଚଳିତ ବର୍ଷ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିରେ କରୋନା କଟକଣାକୁ କଡ଼ାକଡ଼ି ଭାବେ ପାଳନ କରାଯିବ । ସେପଟେ ରାଜ୍ୟର ଅନ୍ୟମନ୍ଦିର ଗୁଡ଼ିକରେ ରଥଯାତ୍ରାରେ ନୀତିକାନ୍ତି ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି