Masthead

ପରଲୋକରେ ଓଡ଼ିଶା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପରଲୋକରେ ଓଡ଼ିଶା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ। କୋଲକାତାର ଏକ ସୁପର ସ୍ପେସିଆଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ଶୁକ୍ରବାର ରାତି ପ୍ରାୟ ୧୦.୧୫ରେ ତାଙ୍କର ଦେହାନ୍ତ ହୋଇଛି। ସେ କୋଭିଡରେ ସଂକ୍ରମିତ ହେବା ପରେ ଗୁରୁତର ହୋଇ ପଡ଼ିଥିଲେ। ସେ କୋଭିଡରେ ସଂକ୍ରମିତ ହେବା ପରେ ପ୍ରଥମେ କଟକସ୍ଥିତ ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ନିଃଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ହେବାରୁ ତାଙ୍କୁ ଜୁନ ୮ରେ ଭୁବନେଶ୍ୱରରୁ ଏୟାରଲିଫ୍ଟ ଯୋଗେ କୋଲକାତା ନିଆଯାଇଥିଲା। ଦେବାଶିଷ ପାଣିଗ୍ରାହୀଙ୍କ ଫୁସଫୁସର ଜଟିଳତା ସୃଷ୍ଟି ହୋଇଥିବାରୁ ଡାକ୍ତରମାନେ ଇକମୋ ଚିକିତ୍ସା ପାଇଁ ପରାମର୍ଶ ଦେଇଥିଲେ।

ସୂଚନାଯୋଗ୍ୟ, ୧୯୯୧ ବ୍ୟାଚର ଏହି ଆଇପିଏସ ଅଫିସରେ ଦୁଇଟି ଟିକା ନେଇ ସାରିଥିଲେ। ହେଲେ ମେ ମାସରେ କୋଭିଡରେ ସଂକ୍ରମିତ ହୋଇ ଗୁରୁତର ହୋଇପଡ଼ିଥିଲେ। ଏହାପରେ ପରେ ତାଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା ଏବଂ ପରେ ଏକ ଭେଣ୍ଟିଲେଟରରେ ରଖାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ