Masthead

ପୁରୀକୁ ଟ୍ରେନ୍ ଚଳାଚଳ ଉପରେ ପ୍ରତବନ୍ଧକ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ରଥଯାତ୍ରାରେ ଟ୍ରେନ ଚଳାଚଳ ଉପରେ କଟକଣା ଲଗାଇଛି ରେଳବାଇ । କୋଭିଡ ସଂକ୍ରମଣକୁ ରୋକିବା ଲାଗି ଏଭଳି ପଦକ୍ଷେପ ନିଆଯାଇଥିବା କୁହାଯାଉଛି । କରୋନାକୁ ଚେକ୍ ଦେବା ପାଇଁ ରଥ ଯାତ୍ରା ସମୟରେ ପୁରୀକୁ ଟ୍ରେନ୍ ଚଳାଚଳ ଉପରେ ପ୍ରତବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛି ରେଳବାଇ । ୨୬ଟି ଦୂର ଦୂରଗାମୀ ଟ୍ରେନ୍ ଖୋର୍ଦ୍ଧା ରୋଡ୍ ପର୍ଯ୍ୟନ୍ତ ଚଳାଚଳ କରିବ ଏବଂ ଖୋର୍ଦ୍ଧା ରୋଡରୁ ଯାତ୍ରା ପ୍ରାରମ୍ଭ କରିବ । ଉଭୟ ଦିଗରୁ ଖୋର୍ଦ୍ଧା ରୋଡ୍ ଏବଂ ପୁରୀ ମଧ୍ୟରେ ଚଳାଚଳ ବାତିଲ ରହିବ ।

ବାତିଲ ହୋଇଥିବା ଟ୍ରେନ୍ ଗୁଡିକ ମଧ୍ୟରେ ୨୧ଟି ଦୂରଗାମୀ ବିଶେଷ ଟ୍ରେନ ଜୁଲାଇ ମାସ ତୃତୀୟ ସପ୍ତାହ ପର୍ଯ୍ୟନ୍ତ ପୁରୀ ପରିବର୍ତ୍ତେ ଖୋର୍ଦ୍ଧା ରୋଡ଼ ଷ୍ଟେସନ ପର୍ଯ୍ୟନ୍ତ ଚଳାଚଳ କରିବ ଏବଂ ସେଠାରୁ ଯାତ୍ରା ପ୍ରାରମ୍ଭ କରିବ । ୫ଟି ସାପ୍ତାହିକ ବିଶେଷ ଟ୍ରେନ ନିର୍ଦ୍ଦିଷ୍ଟ ଦିନମାନଙ୍କରେ ପୁରୀ ପରିବର୍ତ୍ତେ ଖୋର୍ଦ୍ଧା ରୋଡ଼ ଷ୍ଟେସନ ପର୍ଯ୍ୟନ୍ତ ଚଳାଚଳ କରିବ ଏବଂ ସେଠାରୁ ଯାତ୍ରା ପ୍ରାରମ୍ଭ କରିବ । ସେହିପରି ଦୈନନ୍ଦିନ ଚଳାଚଳ କରୁଥିବା ୫ଟି ଏବଂ ଦ୍ବି-ସାପ୍ତାହିକ, ତ୍ରି-ସାପ୍ତାହିକ ଓ ସପ୍ତାହରେ ଚାରି ଦିନ ଚଳାଚଳ କରୁଥିବା ବିଶେଷ ଟ୍ରେନ ଏଥିରେ ଅନ୍ତର୍ଭୂକ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼