Masthead

ପଞ୍ଚଭୂତରେ ବିଲୀନ ହେଲେ ତପୁ ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପଞ୍ଚଭୂତରେ ବିଲୀନ ହେଲେ କଣ୍ଠଶିଳ୍ପୀ ତପୁ ମିଶ୍ର । ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ଆଜି ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି । ତେବେ ଗତକାଲି ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ ଘଟିଥିଲା । କରୋନାରୁ ସୁସ୍ଥ ହେବା ପରେ ଫୁସଫୁସ ସଂକ୍ରମଣରେ ପୀଡ଼ିତ ଥିଲେ ତପୁ । ଭୁବନେଶ୍ୱର ସମ୍‌ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ଆଜି ତପୁଙ୍କ ବାସଭବନରେ ତାଙ୍କ ବନ୍ଧୁ ପରିଜନ ଶେଷ ଦର୍ଶନ କରିଥିଲେ । ଏହାପରେ ବାସଭବନରୁ ସତ୍ୟନଗର ଶ୍ମଶାନ ନିଆଯାଇଥିଲା ତାଙ୍କ ପାର୍ଥିବ ଶରୀର । ସେଠାରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଗତ ମାସ ମେ ୨୦ ତାରିଖରେ କରୋନାରେ ଆକ୍ରାନ୍ତ ହୋଇ ସେ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ ।

ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ନଆସିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ତେବେ ଦୀର୍ଘ ଏକ ମାସ କାଳ ସଂଘର୍ଷ କରି ଶେଷରେ ହାରି ଯାଇଛନ୍ତି ତପୁ ମିଶ୍ର । ମାତ୍ର ୩୬ ବର୍ଷ ବୟସରେ ସେ ଆଖି ବୁଜିଛନ୍ତି । ଜଣେ ସଫଳ କଣ୍ଠଶିଳ୍ପୀ ଭାବେ ବେଶ ସୁନାମ ଅର୍ଜନ କରିଥିଲେ ତପୁ । ତାଙ୍କ ବିୟୋଗରେ ଓଲିଉଡରେ ଶୋକର ଛାୟା ଖେଳିଯାଇଛି । ବରିଷ୍ଠ ଅଭିନେତାଙ୍କ ସହ ଅନେକ କଳାକାର, କଣ୍ଠଶିଳ୍ପୀ ଓ ତପୁଙ୍କ ପ୍ରଶଂସକମାନେ ତାଙ୍କ ବିୟୋଗରେ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି