Masthead

ଆଜିଠୁ ୟୁଟ୍ୟୁବରେ ପାଠପଢ଼ା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନାର ଦ୍ବିତୀୟ ଲହର ଯୋଗୁଁ ୨୦୨୧-୨୨ ଶିକ୍ଷାବର୍ଷର ପାଠପଢ଼ା ବ୍ୟାହତ ହୋଇଛି। ଶିକ୍ଷାବର୍ଷର ୩ ମାସ ଗଡ଼ି ଯାଇଥିଲେ ମଧ୍ୟ ଏ ପର୍ୟ୍ୟନ୍ତ ଗୋଟିଏ ବି ଶ୍ରେଣୀର କ୍ଲାସରୁମ୍ ଶିକ୍ଷାଦାନ ହୋଇପାରି ନାହିଁ। ତାହାକୁ ଦୃଷ୍ଟିରେ ରଖି ସୋମବାରଠାରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ୟ୍ୟନ୍ତ ପିଲାଙ୍କୁ ୟୁ-ଟ୍ୟୁବରେ ଶିକ୍ଷାଦାନ ଲାଗି ଗଣଶିକ୍ଷା ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି। କେଉଁ ଦିନ କେଉଁ ବିଷୟର ପାଠପଢ଼ା ହେବ, ସେନେଇ ରୁଟିନ୍ ପ୍ରକାଶ କରାଯାଇଛି। ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଠପଢ଼ା ଜୁନ୍ ୨୧ରୁ ଜୁଲାଇ ୩୧ ପର୍ୟ୍ୟନ୍ତ ଚାଲିବ। ସୋମବାରରୁ ଶୁକ୍ରବାର ସକାଳ ୧୦ଟା ୪୫ରୁ ଅପରାହ୍ଣ ଗୋଟାଏ ପର୍ୟ୍ୟନ୍ତ ଦିନକୁ ୪ଟି ପିରିୟଡ୍ ହେବ। ସେହିପରି ସୋମବାରଠାରୁ ଜୁଲାଇ ୭ ପର୍ୟ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ମଧ୍ୟ ୟୁଟ୍ୟୁବରେ ହେବ।

ପ୍ରଥମରୁ ତୃତୀୟ ଶ୍ରେଣୀ ପର୍ୟ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଠପଢ଼ା ୯ଟାରୁ ୧୦ଟା ପର୍ୟ୍ୟନ୍ତ ଏବଂ ୪ର୍ଥରୁ ଅଷ୍ଟମ ଶ୍ରେଣୀ ପର୍ୟ୍ୟନ୍ତ ପିଲାଙ୍କ ଲାଗି ସକାଳ ୯ଟାରୁ ୧୦ଟା ୩୦ ପର୍ୟ୍ୟନ୍ତ ପାଠପଢ଼ା ଚାଲିବ। ୟୁଟ୍ୟୁବରେ ଯେଉଁ ବିଷୟ ପଢ଼ାଯିବ, ବିଦ୍ୟାଳୟର ସମ୍ପୃକ୍ତ ବିଷୟର ଶିକ୍ଷକ ତାହାକୁ ଦେଖିବେ ଏବଂ ସ୍କୁଲ ଛାତ୍ରଛାତ୍ରୀଙ୍କ ମଧ୍ୟରେ ରହୁଥିବା ଦ୍ବନ୍ଦ୍ବକୁ ଚାଟ୍ ଓ ଭଏସ୍ କଲ୍ ମାଧ୍ୟମରେ ଦୂର କରିବେ। କେଉଁ ଦିନ କେତେ ଛାତ୍ରଛାତ୍ରୀ ୟୁଟ୍ୟୁବରେ ପଢ଼ିଲେ ସ୍କୁଲ ଶିକ୍ଷକ ତାହାର ତଥ୍ୟ ରଖିବେ। ସ୍କୁଲ ଶିକ୍ଷକମାନେ ବିଷୟ ଅନୁଯାୟୀ, କ୍ଲାସ ଅନୁଯାୟୀ ପ୍ରତି ଚାପ୍ଟରର ୱାର୍କସିଟ୍ ପ୍ରସ୍ତୁତ କରିବେ ଏବଂ ତାହାକୁ ପିଲାଙ୍କ ନିକଟକୁ ହ୍ବାଟସ୍ଆପରେ ପଠାଇବେ। ପ୍ରତି ପିଲାର ୱାର୍କସିଟକୁ ମୂଲ୍ୟାୟନ କରି ସ୍କୋର ପ୍ରଦାନ କରିବେ। ସେଗୁଡ଼ିକୁ ବ୍ଲକ, ଜିଲ୍ଲା ଓ ରାଜ୍ୟସ୍ତରୀୟ ଅଧିକାରୀମାନେ ଅନୁଧ୍ୟାନ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ