Masthead

ପୁଣି ବର ସାଜିବେ ବିଧାୟକ ବ୍ୟୋମକେଶ ରାୟ

ଚାନ୍ଦବାଲି(ବଡ଼ ଖବର ବ୍ୟୁରୋ): ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ(ବାପି) ନିଜ ବୈବାହିକ ଜୀବନର ଦ୍ୱିତୀୟ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ଜୁଲାଇ ୨ତାରିଖରେ ସେ ପାରମ୍ପରିକ ରୀତିନୀତିରେ ରାଜ୍ୟର ଏକ ପ୍ରସିଦ୍ଧ ୱେଡିଂ ଡେଷ୍ଟିନେସନରେ ବିବାହ କରିବେ ବୋଲି ଜଣାପଡ଼ିଛି। ପୁରୀ ଜିଲ୍ଲାର ଏକ ପ୍ରମୁଖ ୱେଡିଂ ଡେଷ୍ଟିନେସନରେ ଥିବା ଗୋଟିଏ ତାରକା ହୋଟେଲରେ ହେବ ବିଧାୟକଙ୍କ ବିବାହ ସମାରୋହ । ଏହା ଦୁଇଦିନ ଧରି ଚାଲିବ। ଉଭୟ ପରିବାରର ସଦସ୍ୟ ଓ କିଛି ରାଜନେତାଙ୍କ ଉପସ୍ଥିତିରେ ଏହି ବିବାହ କାର୍ଯ୍ୟକ୍ରମ ହେବ। ଜୁଲାଇ ୧ ଓ ୨ଦିନ ଧରି ବିବାହ ସମାରୋହ ପାଇଁ ହୋଟେଲକୁ ସମ୍ପୂର୍ଣ୍ଣ ଭାବେ ବୁକ୍ କରାଯାଇଛି। ଇତିମଧ୍ୟରେ ତାଙ୍କର ନିର୍ବନ୍ଧ ଶେଷ ହୋଇଛି ।

ବିବାହ କାର୍ଯ୍ୟକ୍ରମକୁ ଯଥାସମ୍ଭବ ଗୁପ୍ତ ରଖାଯାଉଛି। ମାତ୍ର ବିବାହ ସମାରୋହ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ତେବେ ବିଧାୟକ ନିଜର ଜଣେ ପୁରୁଣା ରାଜନୀତିକ ସହଯୋଗୀଙ୍କୁ ବିବାହ କରୁଥିବା ଜଣାପଡ଼ିଛି। ବିଧାୟକ ରାୟଙ୍କ ପ୍ରଥମ ପତ୍ନୀ ନିଳିମା ପ୍ରଧାନଙ୍କର ୨୦୨୦ ମସିହା ଫେବୃୟାରୀ ୩ତାରିଖରେ ମୃତ୍ୟୁ ଘଟିଥିଲା। ନିଜର ଦୀର୍ଘଦିନର ବାନ୍ଧବୀ ନିଳିମା ପ୍ରଧାନଙ୍କୁ ୨୦୧୪ ମସିହାରେ ଶ୍ରୀ ରାୟ ପ୍ରେମ ବିବାହ କରିଥିଲେ। ଶ୍ରୀ ରାୟ ଓ ନିଳିମାଙ୍କର ଏକମାତ୍ର କନ୍ୟା ଅଛି, ଯାହାର ବୟସ ଏବେ ୫ବର୍ଷ ବୋଲି ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ