Masthead

ଆସନ୍ତା ୪ ଦିନ ବର୍ଷାରେ ଭିଜିବ ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବୁଧବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା ୪ ଦିନ ୨୩ ରୁ ୨୬ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ବୁଧବାର ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ଓ ଖୋର୍ଦ୍ଧା ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ୨୪ ତାରିଖ ଦିନ ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୁଳ ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଗତ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଛି।  ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..