Masthead

ଓମଫେଡ ଚାଷୀଙ୍କ ପାଇଁ କୋଭିଡ ସହାୟତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓମଫେଡ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ଘୋଷଣା କରିଛନ୍ତି। ଏହି ସହାୟତାରେ ପ୍ରତି ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ । ଏଥିରେ ୧୧ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍ଧ ଚାଷୀ ଉପକୃତ ହେବେ। ଏହି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି  କୋଭିଡ ମହାମାରୀ ଓଡ଼ିଶା ସମେତ ସାରା ବିଶ୍ବରେ ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପକାଇଛି ।

ଅର୍ଥନୀତିର ପ୍ରାୟ ଅନ୍ୟ ସମସ୍ତ କ୍ଷେତ୍ର ମାନ୍ଦା ଅବସ୍ଥାରେ ଥିବାବେଳେ, କେବଳ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ସଂଜୀବନୀ ପରି ଆମ ଅର୍ଥନୀତିକୁ ଶକ୍ତି ଯୋଗାଇଛି । ଲକଡାଉନ ଏବଂ ସଟଡାଉନ ସମୟରେ ଆମର ଚାଷୀମାନେ ଯେପରି ସାହାସର ସହ ସେମାନଙ୍କର ଉତ୍ପାଦନ କାର୍ଯ୍ୟ ଜାରି ରଖିଛନ୍ତି, ତାକୁ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି ।

ଗ୍ରାମ୍ୟ ଅର୍ଥନୀତିରେ ଦୁଗ୍ଧ ଚାଷ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ । ଛୋଟ ଓ ନାମମାତ୍ର ଚାଷୀଙ୍କ ଜୀବନ ଜୀବିକାରେ ବିଶେଷ ସହାୟକ ହୋଇଥାଏ । କୋଭିଡ ମହାମାରୀ ପରିପ୍ରେକ୍ଷୀରେ ଦୁଗ୍ଧ ଓ ଦୁଗ୍ଧ ଜାତ ଦ୍ରବ୍ୟ ଚାହିଦାରେ ବଡ ଧରଣର ହ୍ରାସ ଘଟିଥିବାରୁ, ଏହା ଦୁଗ୍ଧ ଚାଷୀଙ୍କ ଜୀବିକାକୁ ଗୁରୁତର ଭାବରେ ପ୍ରଭାବିତ କରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁଗ୍ଧ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଏହା ଚାଷୀଙ୍କ ଆର୍ଥିକ ଉନ୍ନତିରେ ସହାୟକ ହେବ ବୋଲି ଆଶାପ୍ରକାଶ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା