Masthead

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା

ବାରିପଦା (ବଡ଼ ଖବର ବ୍ୟୁରୋ): ଆଜି ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଜଗତରନାଥ ଜଗନ୍ନାଥ, ବଡଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କ ସହ ସୁଦର୍ଶନ ବଡଦେଉଳରୁ ସ୍ନାନ ମଣ୍ଡପରେ ବିଜେ ହୋଇ ୧୦୮ ସୁବାସିତ ଜଳରେ ସ୍ନାନ କରିଛନ୍ତି। ସାରା ଜଗତରେ ଦ୍ବିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ବାରିପଦା ଠାରେ ଆଜି ଏହି ଅଲୌକିକ ସ୍ନାନ ଯାତ୍ରା ଚାଲୁ ରହିଛି। ତେବେ କରୋନା ନିୟମ ଯୋଗୁଁ ଭକ୍ତଙ୍କ ପାଇଁ ଦର୍ଶନ ସଂପୂର୍ଣ୍ଣ ରୁପେ ଜିଲ୍ଲା ପ୍ରଶାସନ ପକ୍ଷରୁ ବନ୍ଦ ରଖାଯାଇଛି। ମନ୍ଦିର ପରିସରରେ ସାଧାରଣ ଲୋକଙ୍କ ଭିଡକୁ ନଜରରଖି ୧୪୪ଧାରା ଲାଗୁ କରାଯାଇଛି।

ସୁରକ୍ଷା ଦୃଷ୍ଟିରୁ ମନ୍ଦିର ଏବଂ ଆଖପାଖ ଅଞ୍ଚଳର ୫୦୦ମିଟର ପରିସରରେ ୧୪୪ଧାରା ଲଗାଯାଇ ବ୍ୟାପକ ପୋଲିସ ବ୍ୟବସ୍ଥା କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସ୍ମିତ ପି ପରମାରଙ୍କ ତତ୍ୱାବଧାନରେ ଡିଏସ୍ପି, ଇନ୍ସପେକ୍ଟରଙ୍କ ସମେତ ୨୬ଜଣ ପୋଲିସ ଅଧିକାରୀ ଓ ଦୁଇ ପ୍ଲାଟୁନ ପୋଲିସ ଫୋର୍ସ ଶାନ୍ତିଶୃଙ୍ଖଳା ପାଇଁ ମୁତୟନ କରାଯାଇଛି। ଭକ୍ତଙ୍କ ବିନା ବଡଦାଣ୍ଡ ଖାଁ ଖାଁ ଲାଗୁଛି। ଠାକୁରଙ୍କ ନୀତିକାନ୍ତିରେ ଯେପରି କୌଣସି ଅବହେଳା ନରୁହେ ସେଥିପାଇଁ ମନ୍ଦିର ସେବାୟତମାନେ ଲାଗିରହିଛନ୍ତି। ସ୍ନାନ ପରେ ଶ୍ରୀ ବିଗ୍ରହମାନେ ଗଜାନନ ବେଶରେ ସାଧାରଣରେ ଦର୍ଶନ ଦେଉଛନ୍ତି।ତେବେ ଆଜି ରାତିରେ ପ୍ରଭୁ ଅଣସର ଘରକୁ ଯିବାର କାର୍ୟ୍ୟକ୍ରମ ଥିବା କଥା ମନ୍ଦିର ବଡପଣ୍ଡା କାମେଶ୍ୱର ତ୍ରିପାଠୀ ପ୍ରକାଶ କରିଛନ୍ତି। ଅପର ପକ୍ଷରେ ଭକ୍ତମାନେ ଶ୍ରୀଜୀଉଙ୍କ ଦର୍ଶନ ନପାଇ ଦୁଃଖିତ ଥିବା କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ