Masthead

ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । କେବଳ ମାଟ୍ରିକ ନୁହେଁ ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ । କଟକ ବିଏସଇ ମୁଖ୍ୟାଳୟରେ ଅପରାହ୍ଣ ୪ଟାରେ ପ୍ରକାଶ ପାଇବ । ସନ୍ଧ୍ୟା ୬ଟା ପରେ ୱେବସାଇଟରେ ଉପଲବ୍ଧ ହେବ ରେଜଲ୍ଟ । ମାଟ୍ରିକ ଛାତ୍ରଛାତ୍ରୀ ସନ୍ଧ୍ୟା ୬ଟା ପରେ www.bseodisha.ac.inùe ରେଜଲ୍ଟ ଦେଖିପାରିବେ । ଏହାସହ ଯେଉଁମାନଙ୍କ ପାଖରେ ଇଣ୍ଟରନେଟ୍ର ସୁବିଧା ନଥିବ ସେମାନେ SMS  କରି ମଧ୍ୟ ରେଜଲ୍ଟ ଜାଣିପାରିବେ ।

ନିଜ ମୋବାଇଲେରେ SMS ବକ୍ସ ଖୋଲି OR01 ଲେସ୍ଦେନ ଟାଇପ୍ କରିବା ପରେ ଛାତ୍ରଛାତ୍ରୀମାନେ ନିଜର ରୋଲ ନମ୍ବର ଦେବା ପରେ ଗ୍ରେଟରଦେନ ଟାଇପ କରି 5676750K କୁ SMS କରି ରେଜଲ୍ଟ ଜାଣି ପାରିବେ । ତେବେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ମାଟ୍ରିକ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ମାଟ୍ରିକ ଫଳାଫଳକୁ ନେଇ ଚୂଡାନ୍ତ ପଦ୍ଧତିକୁ ବୋର୍ଡ଼ ଅନୁମୋଦନ ଦେଇଥିଲା । ଉକ୍ତ ଫର୍ମୁଲା ଅନୁଯାୟୀ, ନବମ ଓ ଦଶମ ଶ୍ରେଣୀର ମାର୍କ ଆଧାରରେ ମୂଲ୍ୟାୟନ କରାଯାଇଛି ।

ନବମର ଷାଣ୍ମାସିକ ଓ ବାର୍ଷିକ ପାରୀକ୍ଷାର ମାର୍କ ଆଧାରରେ ମୂଲ୍ୟାୟନ କରାଯାଇଛି । ଏହାସହ ଦଶମର ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ପ୍ରାକ୍ଟିସ ପରୀକ୍ଷା ମାର୍କକୁ ମଧ୍ୟ ବିଚାର କରାଯିବ ବୋଲି କୁହାଯାଇଥିଲା । ନବମର ୪୦%, ଦଶମର ୬୦% ମାର୍କକୁ ଗୁରୁତ୍ୱ ଦିଆଯିବା ନେଇ ପ୍ରସ୍ତାବ ରହିଥିଲା । ଦଶମରେ କୌଣସି ପରୀକ୍ଷା ଦେଇ ନଥିଲେ ନବମ ମାର୍କକୁ ବିଚାର କରାଯିବ । ଏହାସହ ଦଶମରେ ଗୋଟିଏ ପରୀକ୍ଷା ଦେଇଥିଲେ ନବମର ୭୦% ମାର୍କକୁ ଗୁରୁତ୍ୱ ଦିଆଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆତଙ୍କବାଦୀଙ୍କୁ ଉପଯୁକ୍ତ ଜବାବ ଦେଇଛି ଭାରତ : ଗୃହମନ୍ତ୍ରୀ ଅମିତ୍ ସାହା 🔴 ନିଷ୍ଠୁର ପାକିସ୍ତାନ, ବିପଦରେ ପକାଇଲା ୨୨୭ ଜୀବନ 🔴 ୮ ମାସର ସଂଘର୍ଷ…ରେକର୍ଡ କଲା ଶିକ୍ଷା…ଜଣେ ନୁହେଁ ସବୁରେ ବିଶ୍ୱାସ ରଖୁଥିବା ଶିକ୍ଷାର ସଫଳତା 🔴 ‘ଚିକେନ ନେକକୁ ଭାଙ୍ଗିଲେ ଭାଗ ହେବ ବାଂଲାଦେଶ’ 🔴 ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ 🔴 ଇସ୍ତଫା ଦେଇପାରନ୍ତି ମହମ୍ମଦ ୟୁନୁସ 🔴 ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା 🔴 ଆତଙ୍କବାଦୀଙ୍କୁ ଉପଯୁକ୍ତ ଜବାବ ଦେଇଛି ଭାରତ : ଗୃହମନ୍ତ୍ରୀ ଅମିତ୍ ସାହା 🔴 ନିଷ୍ଠୁର ପାକିସ୍ତାନ, ବିପଦରେ ପକାଇଲା ୨୨୭ ଜୀବନ 🔴 ୮ ମାସର ସଂଘର୍ଷ…ରେକର୍ଡ କଲା ଶିକ୍ଷା…ଜଣେ ନୁହେଁ ସବୁରେ ବିଶ୍ୱାସ ରଖୁଥିବା ଶିକ୍ଷାର ସଫଳତା 🔴 ‘ଚିକେନ ନେକକୁ ଭାଙ୍ଗିଲେ ଭାଗ ହେବ ବାଂଲାଦେଶ’ 🔴 ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ 🔴 ଇସ୍ତଫା ଦେଇପାରନ୍ତି ମହମ୍ମଦ ୟୁନୁସ 🔴 ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା