Masthead

ଆଜିଠାରୁ ଶ୍ରୀଅଲାରନାଥଙ୍କ ଅଣସର ଦର୍ଶନ, ହେଲେ ଭକ୍ତଙ୍କୁ ମନା

ବ୍ରହ୍ମଗିରି (ବଡ଼ ଖବର ବ୍ୟୁରୋ) : ଗୁରୁବାର ଶ୍ରୀମନ୍ଦିରର ସ୍ନାନବେଦୀରେ ମହାପ୍ରଭୁ ଗଜାନନ ବେଶ ହୋଇଛନ୍ତି। ନୀତି ଅନୁଯାୟୀ ଏହା ପରେ ଚତୁର୍ଦ୍ଧାମୂର୍ତ୍ତି ଅଣସର ପିଣ୍ତିକୁ ବିଜେ କରିଛନ୍ତି। ୧୫ ଦିନ ଅଣସର ପିଣ୍ତିରେ ଜ୍ବରରେ ଆକ୍ରାନ୍ତ ହୋଇ ମହାପ୍ରଭୁଙ୍କୁ ବିଭିନ୍ନ ଉପଚାର ଲାଗି ହେବେ। ତେଣୁ ଏହି ସମୟରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଶ୍ରଦ୍ଧାଳୁ ଦର୍ଶନ କରିପାରନ୍ତି ନାହିଁ। ବିଶ୍ବାସ ରହିଛି ଯେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଦର୍ଶରେ ବ୍ରହ୍ମଗିରିସ୍ଥ ଶ୍ରୀଅଲାରନାଥଙ୍କ ଦର୍ଶନ କଲେ ଭକ୍ତଙ୍କୁ ସଫଳ ମିଳିଥାଏ।

ଆଜିଠାରୁ ଶ୍ରୀଅଲାରନାଥଙ୍କ ଅଣସର ଦର୍ଶନ ଆରମ୍ଭ ହେଉଛି। କିନ୍ତୁ କରୋନା କଟକଣା ଯୋଗୁ ଶ୍ରୀଜିଉଙ୍କ ଦର୍ଶନ ଶ୍ରଦ୍ଧାଳୁ କରି ପାରିବେ ନାହିଁ। ପ୍ରଶାସନ ପକ୍ଷରୁ ମନ୍ଦିର ପରିସର ଓ ବାହାରେ ୧୪୪ ଧାରା ଜାରି କରାଯାଇଛି। ଅଣସର ୧୫ ଦିନ ପାଇଁ ସମସ୍ତ ନୀତିକାନ୍ତି ସ୍ଥିର ହୋଇଛି। ମଧ୍ୟାହ୍ନ ୧୨ଟାରେ ସକାଳ ଧୂପ ଏବଂ ଗୋଟାଏରେ ଦ୍ବିପ୍ରହର ଧୂପ ବଢ଼ି ଅପରାହ୍ଣ ୨ଟାରେ ପହଡ଼ ହେବ। ଅପରାହ୍ଣ ୩ଟାରେ ପହଡ଼ ଖୋଲାଯିବ। ସନ୍ଧ୍ୟା ୭ଟାରେ ସନ୍ଧ୍ୟା ଆଳତି, ମଇଲମ ବଢ଼ି ରାତି ୮ଟାରେ ସନ୍ଧ୍ୟା ଧୂପ ଉଠିବ। ରାତି ୯ଟାରେ ବଡ଼ସିଂହାର ବେଶ ଓ ଧୂପ ନୀତି ବଢ଼ି ରାତି ୧୦ଟାରେ ଶ୍ରୀଜୀଉଙ୍କ ପହଡ଼ ନୀତି ବଢ଼ିବ ବୋଲି ସେବାୟତ ନିଯୋଗ ପକ୍ଷରୁ ସ୍ଥିର ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ