Masthead

ଯୁବକର ଆତ୍ମହତ୍ୟା

ଚିଲିକା (ବଡ଼ ଖବର ବ୍ୟୁରୋ) : ଶୁକ୍ରବାର ସକାଳେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ବିଧାରପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଜଣେ ଯୁବକ ବେକରେ ଦଉଡି ଲଗାଇ ଆତ୍ମହତ୍ୟା କରିଥିବାର ଅଭିଯୋଗ ହୋଇଛି । ଚିଲିକା ବ୍ଲକ ଅଠରବାଟିଆ ପଞ୍ଚାୟତ ବିଧାରପୁର ଗ୍ରାମର ରଘୁନାଥ ଜେନାଙ୍କ ପୁତ୍ର ଆଲୋକ କୁମାର ଜେନା କୌଣସି କାରଣରୁ ନିଜ ଘରେ ବେକରେ ଦଉଡି ଲଗାଇ ଦେଇଥିଲେ।

ପରିବାର ଲୋକ ଏହା ଜାଣିଲା ପରେ ତୁରନ୍ତ ଆଲୋକଙ୍କୁ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇ ଯାଇଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରି ବାଲୁଗାଁ ପୋଲିସକୁ  ସୂଚନା ଦେଇଥିଲେ। ବର୍ତ୍ତମାନ ଘଟଣାସ୍ଥଳରେ ନାଭାଲ ଫାଣ୍ଡି ଅଧିକାରୀ ଦିଲୀପ ସାହୁ ପହଞ୍ଚି ଆଲୋକଙ୍କ ଶବ ଜବତ କରିବା ସହ କେସ ନମ୍ବର ୭/୨୧ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛନ୍ତି। ମୃତ୍ୟୁର କାରଣ ଏଯାଏଁ ସ୍ପଷ୍ଟ ହୋଇନଥିବା ବେଳେ ତଦନ୍ତ ପରେ ଏହାର କାରଣ ଜଣାପଡିବ ବୋଲି ପୋଲିସ କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼