Masthead

ୟୁଜି ପିଜି ଅନଲାଇନ ପରୀକ୍ଷା ପାଇଁ ମେଣ୍ଟର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୟୁଜି, ପିଜି ପରୀକ୍ଷା ନେଇ ସବୁ ଡିଗ୍ରୀ କଲେଜର ଅଧ୍ୟକ୍ଷଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି ଉଚ୍ଚଶିକ୍ଷାମନ୍ତ୍ରୀ । ବୈଠକ ପରେ ଉଚ୍ଚଶିକ୍ଷାମନ୍ତ୍ରୀ କହିଛନ୍ତି ଯେ, ପରୀକ୍ଷା ହେବ ଓ କିପରି ହେବ ସେଥିପାଇଁ ଅଧ୍ୟାପକ ଓ ଅଧ୍ୟାପିକାଙ୍କୁ ଦାୟିତ୍ୱ ଦିଆଯାଇଛି । ଏଥିପାଇଁ ଏକ ମେଣ୍ଟର ବ୍ୟବସ୍ଥା କରାଯିବ । ଛାତ୍ରଛାତ୍ରୀଙ୍କ ସୁବିଧା ଦେଖି ମେଣ୍ଟର ବ୍ୟବସ୍ଥା କରାଯିବ । ଅନଲାଇନରେ ହେବାକୁ ଥିବା ପରୀକ୍ଷା କିଭଳି ପିଲାମାନେ ଦେଇପାରିବେ ସେକଥା ଏହି ମେଣ୍ଟର ମାନେ ବୁଝିବେ । ଆଜିଠାରୁ ଅଧ୍ୟାପକ ଅଧ୍ୟାପିକା ମାନଙ୍କୁ ଏଭଳି ଦାୟିତ୍ୱ ଦିଆଯାଇଥିବାର ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ।

କରୋନା ମହାମାରୀ ଯୋଗୁଁ କଲେଜ ଓ ବିଶ୍ୱବିଦ୍ୟାଳୟରେ ଅନଲାଇନ ପାଠପଢ଼ା ଚାଲିଛି । ଜୁନ ସୁଦ୍ଧା ସମସ୍ତ କୋର୍ସ ଶେଷ ହୋଇଯିବ । ତେବେ ଚଳିତବର୍ଷ ଅନଲାଇନରେ ପରୀକ୍ଷା ହେବାକୁ ଥିବାବେଳେ ଛାତ୍ରଛାତ୍ରୀମାନେ ଦ୍ବନ୍ଦରେ ଥିଲେ । ଉପାନ୍ତ ଅଂଚଳରେ ମୋବାଇଲ ନେଟୱାର୍କ ନଥିବାବେଳେ ସମସ୍ତଙ୍କ ପାଖରେ ମୋବାଇଲ ନଥିବାରୁ କିଭଳି ଅନଲାଇନ ପରୀକ୍ଷା ପିଲାମାନେ ଦେଇପାରିବେ ସେନେଇ ଆଜି ଆଲୋଚନା ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ