Masthead

ଟିକା ନେଇପାରିବେ ଗର୍ଭବତୀ ମହିଳା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) : ଗର୍ଭବତୀ ମହିଳାଙ୍କୁ ଟିକା ଦେବା ନେଇ ସ୍ପଷ୍ଟ କରିଛି ଆଇସିଏମଆଇ । ଗର୍ଭବତୀ ମହିଳାଙ୍କୁ କରୋନା ଟିକା ଦେବା ଉଚିତ୍ ବୋଲି କୁହାଯାଇଛି । ଆଇସିଏମଆର୍ ନିର୍ଦ୍ଦେଶକ ବଳରାମ ଭାର୍ଗବ କହିଛନ୍ତି, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ନିର୍ଦ୍ଦେଶ ଅନୁଯାୟୀ ଗର୍ଭବତୀ ମହିଳାଙ୍କୁ କରୋନା ଟିକା ଦିଆଯାଇ ପାରିବ ।

ଏନେଇ ଖୁବଶୀଘ୍ର ସରକାର ନିର୍ଦ୍ଦେଶନାମା ଜାରି କରିବେ । ଆଇସିଏମଆର ପକ୍ଷରୁ ହୋଇଥିବା ସର୍ଭେ ଅନୁସାରେ ଦେଶରେ ଗର୍ଭବତୀ ଓ ପ୍ରସୂତୀମାନେ କରୋନାର ଦ୍ୱିତୀୟ ଲହରରେ ଅତି ଗୁରୁତର ଭାବେ ପ୍ରଭାବିତ ହୋଇଛନ୍ତି । ସେହିପରି ୨ ବର୍ଷରୁ ଅଧିକ ଶିଶୁଙ୍କୁ କରୋନା ଟିକା ଦିଆଯାଇ ପାରିବ ନା ନାହିଁ, ସେନେଇ ମଧ୍ୟ ଅଧ୍ୟୟନ ଚାଲିଥିବା ସେ ସୂଚନା ଦେଇଛନ୍ତି । ସେପ୍ଟେମ୍ବର ସୁଦ୍ଧା ଏହାର ଫଳାଫଳ ଆସିପାରେ । ଏପଟେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କହିଛି, ବୟସ୍କ ଓ ଅଧିକ ସ୍ୱାସ୍ଥ୍ୟ ସଂକଟ ଥିବା ବ୍ୟକ୍ତିଙ୍କ ପାଇଁ ପ୍ରତିବର୍ଷ କରୋନାର ଏକ ବୁଷ୍ଟର ଡୋଜ୍ ଆବଶ୍ୟକ ପଡିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ