Masthead

୩୯ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୪ ଘଣ୍ଟାରେ ୩୪୦୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛି । ସଙ୍ଗରୋଧରୁ ୧୯୪୩ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୪୬୫ଜଣ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୨୫୮ ଜଣ, ପୁରୀରୁ ୨୧୫ ଜଣ, ଅନୁଗୁଳରୁ ୯୩, ବାଲେଶ୍ୱରରୁ ୨୫୧, ମୟୂରଭଞ୍ଜରୁ ୧୫୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୪୭୦ରହିଛି । ସେଥିରୁ ସୁସ୍ଥ ହୋଇଚନ୍ତି ୮ ଲକ୍ଷ ୩ ହଜାର ୮୨୪ଜଣ ।

ଏବେବି କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି ୩୨ ହଜାର ୭୦୬ଜଣ । ସେପଟେ ଗୋଟିଏ ଦିନରେ ୩୯ ଜଣଙ୍କ ମୁଣ୍ଡ ନେଇଛି କରୋନା । ୬୮ ହଜାର ୩୩୫ ନମୁନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ହାର ୪ ଦଶମିକ ୯୮ ପ୍ରତିଶତ ରହିଛି। ଜୁନ ମାସର ୨୭ ଦିନରେ ୧ ଲକ୍ଷ ୩୫ ହଜାର ୪୪୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୧୩୩ ଜଣଙ୍କ ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ