Masthead

କମିଶନରେଟ୍ ପୋଲିସ ପଞ୍ଝାରେ ୭ ସାଇବର ଲୁଟେରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କମିଶନରେଟ୍ ପୋଲିସ ପଞ୍ଝାରେ ୭ ସାଇବର ଲୁଟେରା । ସାଇବର କେଶରେ ଭୁବନେଶ୍ୱର ପୋଲିସକୁ ମିଳିଛି ବଡ଼ ସଫଳତା । ସହିତଦନଗର ଏକ ସାଇବର ଠକେଇର ତଦନ୍ତ କରିବା ବେଳେ ବଡ଼ ସଫଳତା ପାଇଛି କମିଶନରେଟ୍ ପୋଲିସ । ତଦନ୍ତ ବେଳେ ଜଣାପଡ଼ିଥିଲା ଭଦ୍ରକ, ବାଲେଶ୍ୱର ଆଖପାଖ ଜିଲ୍ଲାରୁ ବହୁ ପରିମାଣର ପ୍ରି-ଆକ୍ଟିଭେଟେଡ୍ ସିମ୍ ବାହାରକୁ ଚାଲାଣ ହେଉଥିଲା ।

ଉକ୍ତ ସିମଗୁଡ଼ିକ ସାଇବର କ୍ରାଇମରେ ବ୍ୟବହାର କରାଯାଉଥିଲା । ଆମେ ପ୍ରି-ଆକ୍ଟିଭେଟେଡ୍ ସିମକୁ ଟ୍ରାକ୍ କରି ତଦନ୍ତ କରିଥିଲୁ । ଏହା ପଛରେ ବଡ଼ ଗ୍ୟାଙ୍ଗ ଥିବା ଜଣା ପଡ଼ିଥିଲା ବୋଲି କହିଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ଗ୍ରାହକଙ୍କ ପରିଚୟ ପତ୍ରକୁ ନକଲ କରି ବହୁ ସିମ୍ ଆକ୍ଟିଭ୍ କରି ଅନ୍ୟ ରାଜ୍ୟକୁ ପଠାଯାଉଥିଲା । ଏହି ସବୁ ସିମ୍ ଅନ୍ୟ ରାଜ୍ୟକୁ ପଠାଯାଇ ଠକେଇ କରାଯାଉଛି । ଏହି ସିମ୍ ଗୋଟିଏ ଥର ବ୍ୟବହାର କରି ଫୋପାଡ଼ି ଦିଅନ୍ତି ।

ଫଳରେ ସାଇବର କ୍ରାଇମ୍ ବଢ଼ିଥାଏ ।  ବିଭିନ୍ନ ସ୍ଥାନ ବାଲେଶ୍ୱର, ଭଦ୍ରକ ଓ କେନ୍ଦୁଝର ଅଞ୍ଚଳରେ ରେଡ୍ କରି ୭ ଜଣଙ୍କୁ ଗିରଫ କରାଯାଇଛି । ୭ ଜଣଙ୍କ ଠାରୁ ୧୬ ହଜାରରୁ ଅଧିକ ପ୍ରି-ଆକ୍ଟିଭେଟେଡ୍ ସିମ୍ ଜବତ କରାଯାଇଛି । ସିମ୍ ଆକ୍ଟିଭେଟ୍ ପାଇଁ ବ୍ୟବହୃତ ୧୧୦ ରୁ ଅଧିକ ମୋବାଇଲ୍ ଫୋନ୍ ଜବତ ହୋଇଛି ।

ଗିରଫ ୭ ଜଣଙ୍କ ମଧ୍ୟରୁ ୫ ଜଣ ମୋବାଇଲ୍ ବିକ୍ରେତା ଅଛନ୍ତି । ଅନ୍ୟ ୨ ଜଣ ଏକ ନିର୍ଦ୍ଦିଷ୍ଟ ସର୍ଭିସ୍ ପ୍ରୋପାଇଡର କମ୍ପାନୀର କର୍ମଚାରୀ ବୋଲି ସୂଚନା ଦେଇଛନ୍ତି ପୋଲିସ କମିଶନର। ଏତେ ସଂଖ୍ୟାରେ ସିମ୍ କିଭଳି ଆକ୍ଟିଭେଟ୍ ହେଉଛି । କିଭଳି ବାହାରକୁ ଯାଉଛି । ଏସବୁର ତଦନ୍ତ କରାଯିବ ବୋଲି କହିଛନ୍ତି ପୋଲିସ କମିଶନର । ତଦନ୍ତ ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କରାଯିବ । ରାଜ୍ୟ ବାହାରକୁ ଏହି ସାଇବର କ୍ରାଇମ୍ ଚେର ଲମ୍ବିଛି । ଗୋଟିଏ ପ୍ରି-ଆକ୍ଟିଭେଟ୍ ସିମର ମୂଲ୍ୟ ୫ ଶହ ଟଙ୍କାରୁ ଅଧିକ । ପ୍ରି-ଆକ୍ଟିଭେଟ୍ ସିମକୁ ଗିରଫ ଅଭିଯୁକ୍ତ କୋରିଅର ମାଧ୍ୟମରେ ବାହାର ରାଜ୍ୟକୁ ପଠାଉଥିଲେ । ତଦନ୍ତରେ ଯାହାର ଅବହେଳା ଦେଖାଯିବ କାର୍ୟ୍ୟାନୁଷ୍ଠାନ ନିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା