Masthead

ମଡର୍ଣ୍ଣା ଟିକାକୁ ଆଜି ଅନୁମତି ଦେଇପାରେ ଡିସିଜିଆଇ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତରେ ଖୁବ ଶୀଘ୍ର ମିଳିବ ମଡର୍ଣ୍ଣା ଟିକା । ଫାର୍ମା କମ୍ପାନୀ ସିପଲା ଟିକା ଆମଦାନୀ ପାଇଁ ଡ୍ରଗ କଣ୍ଟ୍ରୋଲର ଜେନେରାଲ ଅଫ ଇଣ୍ଡିଆରୁ ଅନୁମତି ମାଗିଛି । ତେବେ ଡିସିଜିଆଇ ଏଥିପାଇର୍ ଅନୁମତି ଦେଇପାରେ । ଅନୁମତି ମିଳିଲେ ୧୮ବର୍ଷରୁ ଉଦ୍ଧ୍ୱର୍ ବ୍ୟକ୍ତିଙ୍କୁ ଏହି ଟିକା ଦିଆଯିବ । ତେବେ ମଡର୍ଣ୍ଣ ଟିକାର ମାନବ ପରୀକ୍ଷଣରେ ସଫଳତା ହାର ୯୪.୫% ରହିଛି । କେବଳ ଆମେରିକାରେ କମ୍ପାନି ପକ୍ଷରୁ ୩୦ ହଜାର ଲୋକଙ୍କ ଶରୀରରେ ଏହି ପରୀକ୍ଷା କରାଯାଇଥିଲା । ଏବଂ ଏଥିରେ ଯେଉଁ ସଫଳତାର ହାର ଆସିଲା ତାହା ସମସ୍ତଙ୍କୁ ଖୁସି କରିଦେଲା ।

କରୋନା ଟିକା ପ୍ରସ୍ତୁତ କରିବା ପାଇଁ ଆମେରିକା ସରକାର ମଡର୍ଣ୍ଣା କମ୍ପାନିରେ ୧ ବିଲିୟନ ଡଲାର ଅଥାତ୍ ସାଢେ ୭ ହଜାର କୋଟି ଟଙ୍କା ଗବେଷଣାରେ ଲଗାଇଥିଲେ । ଏହାଛଡା ୧୦ କୋଟି ଟିକା ପାଇଁ ୧୧ ହଜାର କୋଟି ଟଙ୍କା ଦେଇଛନ୍ତି ଆମେରିକା ସରକାର । ଟିକାର ସଫଳତା ହାର ୯୦ ପ୍ରତିଶତରୁ ଅଧିକ ରହିଛି । ମଡର୍ଣ୍ଣା ଟିକାର ଆଉ ଏକ ପ୍ରମୁଖ ଦିଗ ହେଉଛି ଏହାକୁ ଫାଇଜର ଟିକା ଭଳି ମାଇନସ୍ ୭୦ ଡିଗ୍ରୀ ସେଲସିୟସରେ ରଖିବାକୁ ପଡିବ ନାହିଁ । ତେଣୁ ଭାରତରେ ମଧ୍ୟ ଏହି ଟିକା ଉପଲବ୍ଧ ହେବାର ଅଧିକ ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ