Masthead

ଯୁକ୍ତ ତିନି ନାମ ଲେଖା ଅବଧି ବଢ଼ିଲା

ଭୁବନେଶ୍ୱର: ଯୁକ୍ତ ୩ କଲେଜର ପ୍ରଥମ ପର୍ଯ୍ୟାୟ ନାମଲେଖା ଅବଧିକୁ ବୃଦ୍ଧି କରାଯାଇଛି। ଅକ୍ଟୋବର ଦୁଇ ତାରିଖ ପର୍ଯ୍ୟନ୍ତ ଧାର୍ଯ୍ୟ ହୋଇଥିବା ସମୟସୀମା ବଢ଼ି ଅକ୍ଟୋବର ୫ ପର୍ଯ୍ୟନ୍ତ ଅନ୍‌ଲାଇନ୍‌‌ରେ ଫି’ ଦାଖଲ କରିପାରିବେ ଏବଂ ୬ ତାରିଖ ପର୍ଯ୍ୟନ୍ତ ନାମ‌ଲେଖା ଚାଲିବ। ଉଚ୍ଚଶିକ୍ଷା ବିଭ‌ାଗ ପକ୍ଷରୁ ସୂଚନା ଅନୁସାରେ ନାମଲେଖାର ଅନ୍ୟାନ୍ୟ ସୂଚୀରେ ବି ପରିବର୍ତ୍ତନ ହୋଇଛି। ପ୍ରଥମ ପର୍ଯ୍ୟାୟରେ ନାମ‌‌ ଲେଖାଇଥିବା ଛାତ୍ରଛାତ୍ରୀଙ୍କ ତଥ୍ୟ ୭ ତାରିଖ ଅପରାହ୍‌ଣ ୫ଟାରେ ଇ-ସ୍ପେସ୍‌ରେ ଉପଲବ୍ଧ ହେବ। ୭ ତାରିଖ ପୂର୍ବାହ୍ନ ୧୧ଟା ୪୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟରେ ନାମ‌ ଲେଖାଇଥିବା ଛାତ୍ରଛାତ୍ରୀ ଲାଗି ସ୍ଲାଇଡ୍‌-ଅପ୍‌ ଫର୍ମ ଉପଲବ୍ଧ ରହିବ। ୧୩ ତାରିଖ ପୂର୍ବାହ୍ନ ୧୧ଟାରେ ଦ୍ବିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଏଥିରେ ଯୋଗ୍ୟବିବେଚିତ ଛାତ୍ରଛାତ୍ରୀ ୧୩ରୁ ୧୬ ତାରିଖ ମଧ୍ୟରେ ଅନ୍‌ଲାଇନ୍‌‌‌ରେ ଫି’ ଦାଖଲ କରିପାରିବେ ଏବଂ ୧୩ରୁ ୧୭ ତାରିଖ ପର୍ଯ୍ୟନ୍ତ ନାମଲେଖା ହେବ। ୧୯ ତାରିଖ ଅପରାହ୍‌ଣ ୫ଟାରେ ଦ୍ବିତୀୟ ପର୍ଯ୍ୟାୟ ଚୂଡ଼ାନ୍ତ ଡାଟା ଇ-ସ୍ପେସ୍‌ରେ ଉପଲବ୍ଧ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ