Masthead

୧୧ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦେଖାଦେଇଛି ଟିକାର ଅଭାବ । ରାଜ୍ୟର ୧୧ଜିଲ୍ଲାରେ ଟିକାକରଣ ବନ୍ଦ । ଆଜି ୧୨୦ କେନ୍ଦ୍ରରେ ଦିଆଯାଉଛି ଟିକା । ଅନୁଗୁଳ, ବଲାଙ୍ଗିର, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କୋରାପୁଟ, ସୋନପୁରରେ ଟିକାକରଣ ବନ୍ଦ ରହିଛି ।

କୋଭିସିଲ୍ଡ ଟିକା ନଥିବାରୁ ଏଭଳି ସ୍ଥିତି ଉପୁଜିଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ରାଜ୍ୟରେ ଏବେ କୋଭିସିଲ୍ଡ ଟିକାର ମାତ୍ର ୩୮ ହଜାର ୩୮୦ ଡୋଜ୍ ରହିଛି । ଏବଂ ଜୁଲାଇ ଦୁଇ ପରେ ରାଜ୍ୟକୁ ପରବର୍ତ୍ତୀ କୋଭିସିଲ୍ଡ ଟିକା ଆସିବ ବୋଲି କୁହାଯାଇଛି । ଜୁନ୍ ୨୧ରୁ କ୍ୟାମ୍ପେନ ମୋଡରେ ଚାଲିଥିଲା ଟିକାକରଣ । ହେଲେ ଟିକା ଅଭାବ ଯୋଗୁଁ ଏହି ଅଭିଯାନରେ ଏବେ ବାଧା ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ