Masthead

ଲକଡାଉନକୁ ନେଇ କେନ୍ଦ୍ର ସରକାରଙ୍କ ନୂଆ ଗାଇଡଲାଇନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲକଡାଉନକୁ ନେଇ କେନ୍ଦ୍ର ସରକାରଙ୍କ ନୂଆ ଗାଇଡଲାଇନ । ଜୁଲାଇ ମାସରେ କେମିତି ରହିବ କଟକଣା, ସେ ନେଇ ମାର୍ଗଦର୍ଶିକା ଜାରି କରିଛି କେନ୍ଦ୍ର ଗୃହମନ୍ତ୍ରାଳୟ । ଏହି ଗାଇଡଲାଇନ ଜୁଲାଇ ୩୧ ପର୍ଯ୍ୟନ୍ତ ବଳବତ୍ତର ରହିବ । ଏନେଇ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବଙ୍କୁ ଗୃହ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ସଂକ୍ରମଣ କମ୍ ଥିବା ଜିଲ୍ଲାରେ କଟକଣା କୋହଳ କରିବାକୁ ନିର୍ଦ୍ଦେଶ । ସଂକ୍ରମଣ ଅଧିକ ଥିଲେ ଜିଲ୍ଲାରେ କଟକଣା କଡାକଡି କରାଯାଉ । ଯେଉଁ ଜିଲ୍ଲାରେ ସଂକ୍ରମଣ ହାର ଅଧିକ ରହୁଛି ଓ ଅଧିକ ସଂଖ୍ୟାରେ ହସ୍ପିଟାଲ ବେଡରେ ରୋଗୀ ଅଛନ୍ତି, ସେଠାରେ ସ୍ୱତନ୍ତ୍ର ଦୃଷ୍ଟି ଦିଆଯାଉ ।

ସଂକ୍ରମଣ ରୋକିବାକୁ କଟକଣାକୁ କଡାକଡି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏବଂ କଟକଣା ଲାଗିଲେ ୧୪ ଦିନ ପର୍ଯ୍ୟନ୍ତ ବଳବତ୍ତର ରଖିବାକୁ କୁହାଯାଇଛି । ଏଥିସହ ବରିଷ୍ଠ ଅଧିକାରୀଙ୍କୁ ନୋଡାଲ ଅଧିକାରୀ ଭାବେ ନିଯୁକ୍ତି ଦେବାକୁ କୁହାଯାଇଛି । ଏଥିସହ , ନିୟମିତ ଭାବେ କୋଭିଡ୍ ସ୍ଥିତିର ସମୀକ୍ଷା କରିବା ସହ କଣ୍ଟେନମେଣ୍ଟ ଓ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି । ଟେଷ୍ଟିଂ , ଟ୍ରାକିଂ, ଟ୍ରିଟମେଣ୍ଟ , ଟିକାକରଣ ଓ କୋଭିଡ୍ କଟକଣା ମାନିବାକୁ କୁହାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ