Masthead

ଲକଡାଉନକୁ ନେଇ କେନ୍ଦ୍ର ସରକାରଙ୍କ ନୂଆ ଗାଇଡଲାଇନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲକଡାଉନକୁ ନେଇ କେନ୍ଦ୍ର ସରକାରଙ୍କ ନୂଆ ଗାଇଡଲାଇନ । ଜୁଲାଇ ମାସରେ କେମିତି ରହିବ କଟକଣା, ସେ ନେଇ ମାର୍ଗଦର୍ଶିକା ଜାରି କରିଛି କେନ୍ଦ୍ର ଗୃହମନ୍ତ୍ରାଳୟ । ଏହି ଗାଇଡଲାଇନ ଜୁଲାଇ ୩୧ ପର୍ଯ୍ୟନ୍ତ ବଳବତ୍ତର ରହିବ । ଏନେଇ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବଙ୍କୁ ଗୃହ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ସଂକ୍ରମଣ କମ୍ ଥିବା ଜିଲ୍ଲାରେ କଟକଣା କୋହଳ କରିବାକୁ ନିର୍ଦ୍ଦେଶ । ସଂକ୍ରମଣ ଅଧିକ ଥିଲେ ଜିଲ୍ଲାରେ କଟକଣା କଡାକଡି କରାଯାଉ । ଯେଉଁ ଜିଲ୍ଲାରେ ସଂକ୍ରମଣ ହାର ଅଧିକ ରହୁଛି ଓ ଅଧିକ ସଂଖ୍ୟାରେ ହସ୍ପିଟାଲ ବେଡରେ ରୋଗୀ ଅଛନ୍ତି, ସେଠାରେ ସ୍ୱତନ୍ତ୍ର ଦୃଷ୍ଟି ଦିଆଯାଉ ।

ସଂକ୍ରମଣ ରୋକିବାକୁ କଟକଣାକୁ କଡାକଡି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏବଂ କଟକଣା ଲାଗିଲେ ୧୪ ଦିନ ପର୍ଯ୍ୟନ୍ତ ବଳବତ୍ତର ରଖିବାକୁ କୁହାଯାଇଛି । ଏଥିସହ ବରିଷ୍ଠ ଅଧିକାରୀଙ୍କୁ ନୋଡାଲ ଅଧିକାରୀ ଭାବେ ନିଯୁକ୍ତି ଦେବାକୁ କୁହାଯାଇଛି । ଏଥିସହ , ନିୟମିତ ଭାବେ କୋଭିଡ୍ ସ୍ଥିତିର ସମୀକ୍ଷା କରିବା ସହ କଣ୍ଟେନମେଣ୍ଟ ଓ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି । ଟେଷ୍ଟିଂ , ଟ୍ରାକିଂ, ଟ୍ରିଟମେଣ୍ଟ , ଟିକାକରଣ ଓ କୋଭିଡ୍ କଟକଣା ମାନିବାକୁ କୁହାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା