Masthead

ଜୁଲାଇ ୧୬ ଯାଏଁ ଆଂଶିକ ଲକଡାଉନ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁଲାଇ ଗାଇଡଲାଇନ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପ୍ରେସମିଟ୍‌ କରିଛନ୍ତି। ପ୍ରେସମିଟ୍ରେ ସେ ପରବର୍ତ୍ତି ଜୁଲାଇ ୧୬ ଯାଏଁ ଆଂଶିକ ଲକଡାଉନ୍ ଘୋଷଣା କରାଯାଇଛି। ଜୁଲାଇ ୧୬ ସକାଳ ୫ଟା ଯାଏ ଆଂଶିକ ଲକଡାଉନ ଘୋଷଣା କରାଯାଇଛି। ସଂକ୍ରମଣ କମିଥିବାରୁ କାଟେଗୋରୀ ‘ଏ’ କୁ ଆଉ ୩ ଜିଲ୍ଲା ଉନ୍ନୀତ ହୋଇଛି। ଏହି ୩ଟି ଜିଲ୍ଲା ହେଲା ଢେଙ୍କାନାଳ, ଅନୁଗୁଳ ଓ କେନ୍ଦୁଝର ।

୩ ଜିଲ୍ଲାରେ ପଜିଟିଭିଟି ରେଟ୍ ୫ ପ୍ରତିଶତକୁ କମିଥିବାରୁ କାଟେଗୋରୀ ‘ଏ’ କୁ ଉନ୍ନିତ ହୋଇଛି। ସଂକ୍ରମଣ କମିଥିବା ୨୦ଟି ଜିଲ୍ଲା କାଟେଗୋରୀ ‘ଏ’ ରେ ସାମିଲ କରାଯାଇଛି। ପଜିଟିଭିଟି ୫ ପ୍ରତିଶତରୁ ଅଧିକ ଥିବା ବାକି ୧୦ ଜିଲ୍ଲା କାଟେଗୋରୀ ‘ବି’ ରେ ରହିଛି।

ସ୍ଥିତି ଦେଖି ଧିରେ ଧିରେ ଅନଲକ୍ ଆରମ୍ଭ କରାଯିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। କାଟେଗୋରୀ ‘ଏ’ ରେ ଥିବା ୨୦ ଜିଲ୍ଲାରେ ଦୋକାନ ବଜାର ଖୋଲିବ। ସକାଳ ୬ରୁ ସଂଧ୍ୟା ୬ଟା ଯାଏ ଦୋକାନ ଖୋଲିବ। ସପିଙ୍ଗ ମଲ, ପାର୍ଲର ଆଦି ଛାଡ଼ି ଆଉ ସବୁ ଦୋକାନ ଖୋଲିବ। ଧାର୍ୟ୍ୟ ସିଟରେ ବସ୍ ଓ ଟ୍ୟାକ୍ସି ଚଳାଚଳ କରିବ। ଇନଡୋର ଓ ଆଉଟଡୋର ସୁଟିଂକୁ ଅନୁମତି ମିଳିବ। ସପ୍ତାହାନ୍ତ ସଟଡାଉନ ହେବ ନାହିଁ । ସପ୍ତାହର ସାତ ଦିନ ପର୍ୟ୍ୟନ୍ତ ୨୦ ଜିଲ୍ଲାରେ ୬ରୁ ୬ ଦୋକାନ ଖୋଲିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ