Masthead

୨୦ ଜିଲ୍ଲାରୁ ହଟିଲା ସପ୍ତାହାନ୍ତ ସଟଡାଉନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁଲାଇ ୧୬ ସକାଳ ୬ ଟା ଯାଏ ଆଂଶିକ ଲକଡାଉନ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସଂକ୍ରମଣ କମିଥିବାରୁ କାଟେଗୋରୀ ଇକୁ ଆଉ ୩ ଜିଲ୍ଲା ଉନ୍ନୀତ ହୋଇଛି। ଏହି ୩ଟି ଜିଲ୍ଲା ହେଲା ଢେଙ୍କାନାଳ, ଅନୁଗୁଳ ଓ କେନ୍ଦୁଝର । ପୂର୍ବରୁ କାଟାଗୋରୀ ‘A’ ରେ ୧୭ ଟି ଜିଲ୍ଲା ଥିଲା। ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, ସ୍ଥିତି ଦେଖି ଧିରେ ଧିରେ ଅନଲକ୍ ଆରମ୍ଭ କରାଯିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।

କାଟେଗୋରୀ A ରେ ଥିବା ୨୦ ଜିଲ୍ଲାରେ ଦୋକାନ ବଜାର ଖୋଲିବ। ୨୦ ଜିଲ୍ଲାରେ ସକାଳ ୬ ରୁ ସଂନ୍ଧ୍ୟା ୬ ଟା ଯାଏ ଦୋକାନ ଖୋଲିବ। ସପିଙ୍ଗ ମଲ, ପାର୍ଲର ଆଦି ଛାଡ଼ି ଆଉ ସବୁ ଦୋକାନ ଖୋଲିବ। ୨୦ ଜିଲ୍ଲାରେ ଧାର୍ଯ୍ୟ ସିଟରେ ବସ୍ ଓ ଟ୍ୟାକ୍ସି ଚଳାଚଳ କରିବ। ୨୦ ଜିଲ୍ଲାରେ ଇନଡୋର ଓ ଆଉଟଡୋର ସୁଟିଂକୁ ଅନୁମତି ମିଳିବ। ୨୦ ଜିଲ୍ଲାରେ ସପ୍ତାହାନ୍ତ ସଟଡାଉନ ହେବ ନାହିଁ । ସପ୍ତାହର ସାତ ଦିନ ପର୍ଯ୍ୟନ୍ତ ୨୦ ଜିଲ୍ଲାରେ ୬ ରୁ ୬ ଦୋକାନ ଖୋଲିବ ।  ତେବେ ସାରା ରାଜ୍ୟରେ ସଂଧ୍ୟା ୬ରୁ ସକାଳ ୬ ନାଇଟ କର୍ଫ୍ୟୁ ଜାରି ରହିବ । କାଟେଗୋରୀ B ରେ ସକାଳ ୬ ରୁ ଦିନ ୨ ଟା ଯାଏ ଦୋକାନ ଖୋଲିବ। କାଟେଗୋରୀ B ରେ ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କଟକ ଆଦି ଜିଲ୍ଲା ରହିଛି।

୧୦ ଜିଲ୍ଲାରେ ମଲ୍, ପାର୍ଲର, ସ୍ପା ଛାଡ଼ି ସବୁ ଦୋକାନ ଖୋଲିବ । ସବୁ ଦୋକାନ ସକାଳ ୬ ଟାରୁ ଦିନ ୨ଟା ଯାଏ ଖୋଲିବାକୁ ଅନୁମତି । କୋଭିଡ଼ ଗାଇଡଲାଇନ ପାଳନ ଦାୟିତ୍ୱ ଦୋକାନ ମାଲିକ ନେବେ । ଯେଉଁଠି ଗାଇଡଲାଇନ ଉଲ୍ଲଂଘନ ହେବ କାର୍ଯ୍ୟାନୁଷ୍ଠାନ ହେବ। ସାରା ରାଜ୍ୟରେ ଛୋଟ ଛୋଟ ସେଲୁନ ଖୋଲିବାକୁ ଅନୁମତି ଦିଆଯାଇଛି। ୧୦ ଜିଲ୍ଲାରେ ଆଉଟଡୋର ସୁଟିଂ ପାଇଁ ସରକାରଙ୍କ ଅନୁମତି । ଉଠା ଦୋକାନୀ ଦୋକାନ ଖୋଲିପାରିବେ, ଜିନିଷ ପାର୍ସଲ ଦେବେ । ତେବେ କାଟେଗୋରୀ B ରେ ଥିବା ୧୦ ଜିଲ୍ଲାରେ ସପ୍ତାହାନ୍ତ ସଟଡାଉନ ଲାଗୁ ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ