Masthead

ଗୁଳିମାଡ଼ରେ ଯୁବକ ଆହତ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ବଡକନ୍ତକୁଳ ଗାଁରେ ବୁଧବାର ରାତିରେ ଏକ ଗୁଳିକାଣ୍ଡ ଘଟିଥିଲା । ଏହି ଗୁଳି ମାଡ଼ରେ ଜଣେ ଯୁବକ ଆହତ ହୋଇଥିଲେ । ଆହତ ଯୁବକ ଜଣକ ହେଲେ ଅଖିଳ ବେହେରା (୩୩)। ଆହତଙ୍କୁ ପ୍ରଥମେ ବନ୍ତଳା ଓ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।

ସୂଚନା ଅନୁସାରେ, ଗାଁର ଅଖିଳ ବେହେରା ଓ ଶିଶିର ସାହୁଙ୍କ ମଧ୍ୟରେ ପୂର୍ବରୁ ଶତ୍ରୁତା ଥିବା କୁହାଯାଉଛି । ବୁଧବାର ଉଭୟଙ୍କ ମଧ୍ୟରେ ମଧ୍ୟ ଯୁକ୍ତିତର୍କ ହୋଇଥିଲା । ଉତ୍ତ୍ୟକ୍ତ ହୋଇ ଶିଶିର ଏକ ବନ୍ଧୁକ ବାହାର କରି ଅଖିଳଙ୍କ ଉପରକୁ ଗୁଳି ଚଳାଇ ଥିଲେ । ଗୁଳିଟି ଅଖିଳଙ୍କ ବାମ ହାତ କହୁଣିରେ ବାଜିଥିଲା । ସେ ସଙ୍ଗେସଙ୍ଗେ ତଳେ ପଡ଼ିଯାଇଥିଲେ । ଶିଶିର ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ । ଗାଁ ଲୋକ ଗୁରୁତରଙ୍କୁ ଘଟଣା ସ୍ଥଳରୁ ଉଦ୍ଧାର କରି ପ୍ରଥମେ ବନ୍ତଳା ଓ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ରକ୍ତସ୍ରାବ ଯୋଗୁଁ ଅଖିଳଙ୍କ ଅବସ୍ଥା ଗୁରୁତର ଥିବା ଜଣା ପଡିଛି । ଅଖିଳକୁ ତୁରନ୍ତ ରାତାରାତି କଟକ ବଡ ମେଡିକାଲକୁ ସ୍ନାନନ୍ତର କରାଯାଇଥିଲା । ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ