ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଗୁରୁବାରଠାରୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ଆରମ୍ଭ ହୋଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ଆଜି ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଣୁ ଏସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ୩ ତାରିଖ ଦିନ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଆଦି ଜିଲ୍ଲାରେ ବର୍ଷା ହେବ। ୪ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଆଦି ଜିଲ୍ଲାରେ ବର୍ଷା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ