Masthead

ୟାମିଙ୍କୁ ସମନ ପଠାଇଲେ ଇଡି

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବଲିଉଡ ଅଭିନେତ୍ରୀ ୟାମି ଗୌତମଙ୍କୁ ସମନ ପଠାଇଲେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ । ଫେମା (ବୈଦେଶିକ ବିନିମୟ ପରିଚାଳନା ଅଧିନିୟମ) ଅନୁଯାୟୀ ହୋଇଥିବା ଅନିୟମିତତା ସମ୍ପର୍କରେ ତାଙ୍କ ବିବୃତ୍ତି ରେକର୍ଡ କରିବାକୁ ତାଙ୍କୁ ଆସନ୍ତା ସପ୍ତାହରେ ହାଜର ହେବାକୁ କୁହାଯାଇଛି ।

ୟାମି କିଛି ଦିନ ପୂର୍ବରୁ ଚଳଚ୍ଚିତ୍ର ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ । ୨୦୧୯ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଉରି: ଦି ସର୍ଜିକାଲ୍ ଷ୍ଟ୍ରାଇକ୍’ରେ ୟାମି ଏବଂ ଆଦିତ୍ୟ ଏକାଠି କାମ କରିଥିଲେ । ଯାହାକି ବହୁତ ହିଟ୍ ସାବ୍ୟସ୍ତ ହୋଇଥିଲା । ହିମାଚଳ ପ୍ରଦେଶର ବିଲାସପୁରରେ ଜନ୍ମଗ୍ରହଣ କରିବା ପରେ ଚଣ୍ଡିଗଡ଼ରେ ବଢୁଥିବା ୟାମି ଗୌତମ ଅଭିଷେକ ବଚ୍ଚନଙ୍କ ବିପକ୍ଷରେ ଆଗାମୀ ଚଳଚ୍ଚିତ୍ର ଦାସଓ୍ୱିରେ ନଜର ଆସିବେ । ଦିଲ୍ଲୀରୁ ଆସିଥିବା ଧର ବର୍ତ୍ତମାନ ‘ଅମର ଅଶ୍ୱତ୍ଥାମା’ରେ କାମ କରୁଛନ୍ତି । ଏଥିରେ’ ଉରି’ରେ ତାଙ୍କ ସହ କାମ କରିଥିବା ବିକି କୌଶଲ ମଧ୍ୟ ଅଭିନୟ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ