Masthead

ମାଓବାଦୀ ପୋଡ଼ିଲେ ଟାୱାର

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଛତିଶଗଡ଼ ସୀମାନ୍ତରେ ମାଓ ହିଂସା ଥମିବାର ନାଁ ଧରୁନାହି। ସୁକୁମା ଜିଲ୍ଲା ଅନ୍ତର୍ଗତ ଏରାବୋର ଗାଁରେ ଥିବା ବିଏସଏନଲ ମୋବାଇଲ ଟାୱାରକୁ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି ଲାଲ୍ ବାହିନୀ। ପ୍ରାୟ ୧୫ ଜଣ ସଶସ୍ତ୍ର ନକ୍ସଲ ଏରାବୋର ଗାଁରେ ପହଞ୍ଚି ଟାୱାରକୁ ଧ୍ୱଂସ କରିବା ସହ ରାଜରାସ୍ତା ଉପରେ ପଥର ଓ ମାଓ ପୋଷ୍ଟର ରଖି ରାସ୍ତା ଅବରୋଧ କରିଥିଲେ। ତେବେ ଆଜି ସକାଳେ ସିଆରପିଏଫ ବାହିନୀ ଘଟଣାସ୍ଥଳରେ ପହଞ୍ଚି ରାସ୍ତା ଅବରୋଧ ହଟାଇଛନ୍ତି। ମାଲକାନଗିରି ଜିଲ୍ଲା ମୋଟୁ ସୀମାନ୍ତଠାରୁ ମାତ୍ର ଦୁଇ କିଲୋମିଟର ଦୂର ଜାତୀୟ ରାଜପଥ ଉପରେ ମାଓବାଦୀମାନେ ଏହି ହିଂସାକାଣ୍ଡ ଘଟାଇଛନ୍ତି। ଯାହାକୁ ନେଇ ସୀମାନ୍ତରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ମାଲକାନଗିରି ଏସପି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା