Masthead

ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଓକିଲ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଓକିଲ। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭବାନୀପାଟଣା ଭିଜିଲାନ୍ସ ପବ୍ଲିକ୍ ପ୍ରସିକ୍ୟୁଟର ପିପି ଆଶୁତୋଷ ମିଶ୍ର । ମହୁଲପାଟଣା ଫାଣ୍ଡି ପୁର୍ବତନ ଏଏସଆଇ ମଳୟ ରଣାଙ୍କ ଭିଜିଲାନ୍ସ କେଶ ରଫା ଦଫା ପାଇଁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ କଟକ ଭିଜିଲାନ୍ସ ଟିମ୍ ହାତରେ ଧରାପଡ଼ିଛନ୍ତି।

ସୂଚନାନୁସାରେ, ଭବାନୀପାଟଣା ଭିଜିଲାନ୍ସ ପିପି ଆଶୁତୋଷ ମିଶ୍ର ଏଏସଆଇଙ୍କ ଠାରୁ ୩ ଲକ୍ଷ ଦାବି କରିଥିଲେ । ଆଜି ତାଙ୍କ ଟିଭି ସେଣ୍ଟର ପଡା ବାସଗୃହରେ ୧ଲକ୍ଷ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଚଢାଉ କରିଥିଲା। ଭିଜିଲାନ୍ସ ଟିମ୍ ଟଙ୍କା ଜବତ କରିବା ସହିତ ପିପି ଆଶୁତୋଷ ମିଶ୍ରଙ୍କୁ ଭବାନୀପାଟଣା ଭିଜିଲାନ୍ସ ଅଫିସରେ ଅଟକ ରଖି ପଚରାଉଚରା କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ