Masthead

ଓଡ଼ିଶାରେ ପହଞ୍ଚିଲା କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ପହଞ୍ଚିଲା ୨ ଜଣିଆ କେନ୍ଦ୍ରୀୟ ଟିମ୍ । ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲା ସମେତ ପାଖାପାଖି ୧୦ଟି ଜିଲ୍ଲାରେ କୋଭିଡ ସଂକ୍ରମଣ ଚିନ୍ତାଜନକ ସ୍ଥିତିରେ । ପରିସ୍ଥିତି ଅନୁଧ୍ୟାନ କରିବାକୁ କେନ୍ଦ୍ରୀୟ ଦଳ ଓଡ଼ିଶାରେ ପହଞ୍ଚିଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ନିର୍ଦ୍ଦେଶରେ ଓଡ଼ିଆ ଆସିଛନ୍ତି ଦୁଇଜଣିଆ କେନ୍ଦ୍ରୀୟ ଟିମ୍ । ଓଡ଼ିଶା ସମେତ କେରଳ, ଅରୁଣାଚଳପ୍ରଦେଶ, ତ୍ରିପୁରା, ଛତିଶଗଡ, ମଣିପୁର ଆଦି ରାଜ୍ୟରେ ମଧ୍ୟ କୋଭିଡ ସଂକ୍ରମଣ ଅଧିକ ରହୁଥିବାରୁ ସେହି ସବୁ ରାଜ୍ୟକୁ କେନ୍ଦ୍ରୀୟ ଦଳ ଗସ୍ତ କରିବେ ।

କେନ୍ଦ୍ରରୁ ଆସୁଥିବା ଦଳ କୋଭିଡ ମୁକାବିଲା କ୍ଷେତ୍ରରେ ରାଜ୍ୟ ସରକାର କେଉଁସବୁ ଆହ୍ୱାନମୂଳକ ପରିସ୍ଥିତି ଓ ସମସ୍ୟାର ସମ୍ମୁଖୀନ ହେଉଛନ୍ତି, ତାହା ଜାଣିବାକୁ ଚେଷ୍ଟା କରିବ କେନ୍ଦ୍ରୀୟ ଟିମ୍ । ତାହାସହିତ କୋଭିଡ ମୁକାବିଲା ଦିଗରେ ସରକାରଙ୍କ ପ୍ରୟାସକୁ ଅଧିକ ସୁଦୃଢ କରିବା ଏବଂ ସେ କ୍ଷେତ୍ରରେ ରହୁଥିବା ପ୍ରତିବନ୍ଧକ ଦୂର କରିବା ଦିଗରେ କେନ୍ଦ୍ରୀୟ ଟିମ୍ ପଦକ୍ଷେପ ନେବ । ଏଆଇଆଇଏଚ ଆଣ୍ଡ ପିଏଚ୍ର ଜନସ୍ୱାସ୍ଥ୍ୟ ବିଶେଷଜ୍ଞ ଡା. ଏ ଡାନ୍ ଓଡ଼ିଶାକୁ ଆସିଥିବା ବିଶେଷଜ୍ଞ ଦଳର ନେତୃତ୍ୱ ନେବେ ।

ତାଙ୍କ ନେତୃତ୍ୱରେ ଦୁଇ ଜଣିଆ ବିଶେଷଜ୍ଞ ଦଳ ଓଡ଼ିଶାରେ ରାଜ୍ୟରେ ମୋଟାମୋଟି କୋଭିଡ ପରିଚାଳନା, ନମୁନା ପରୀକ୍ଷଣ, ସତର୍କ ଦୃଷ୍ଟି ରଖିବା ଏବଂ ଆବଦ୍ଧାଞ୍ଚଳ ପରିଚାଳନା, କୋଭିଡ ନିୟମାବଳୀ ଏବଂ ତାହାର ପ୍ରବର୍ତ୍ତନ, ଡାକ୍ତରଖାନା ଶଯ୍ୟା ସଂଖ୍ୟା ଉପଲବ୍ଧତା, ଆମ୍ବୁଲାନ୍ସ, ଭେଣ୍ଟିଲେଟର, ଚିକିତ୍ସାରେ ବ୍ୟବହାର ହେଉଥିବା ଅମ୍ଳଜାନ ଆଦି ଲଜିଷ୍ଟିକ୍ସ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ଅଛି କି ନାହିଁ ଏବଂ କୋଭିଡ ଟିକାକରଣ ପ୍ରକ୍ରିୟାର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିବେ। ରାଜ୍ୟର କୋଭିଡ ସ୍ଥିତି ପରଖିବା ପରେ ଏ ସମ୍ପର୍କରେ ଆବଶ୍ୟକ ପ୍ରତିକାରମୂଳକ ପଦକ୍ଷେପ ବିଷୟରେ ମଧ୍ୟ ଏହି ବିଶେଷଜ୍ଞ ଦଳ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେବେ ବୋଲି ଜଣାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଢିଲା ଯୁକ୍ତ ୩ ଆସନ ସଂଖ୍ୟା 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ବଢିଲା ଯୁକ୍ତ ୩ ଆସନ ସଂଖ୍ୟା 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ