Masthead

ଆଜିଠୁ କଲେଜ ଓ ବିଶ୍ୱବିଦ୍ୟାଳୟ ଆସିବେ ସମସ୍ତ କର୍ମଚାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ କଲେଜ ଓ ବିଶ୍ୱବିଦ୍ୟାଳୟ ଆସିବେ ସମସ୍ତ କର୍ମଚାରୀ । କେବଳ ଶନିବାର ଓ ରବିବାର ବନ୍ଦ ରହିବ କାର୍ଯ୍ୟାଳୟ । ରାଜ୍ୟରେ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟକୁ କର୍ମଚାରୀମାନେ ନିୟମିତ କାର୍ଯ୍ୟାଳୟକୁ ଆସିବେ । ଏ ସମ୍ପର୍କରେ ସବୁ ବିଶ୍ୱବିଦ୍ୟାଳୟ କୁଳପତି ଓ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ।

ରାଜ୍ୟରେ କୋଭିଡ ସ୍ଥିତି ଖରାପ ଥିବାରୁ ଏପ୍ରିଲ୍‌ ୧୯ରୁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ୫୦ ପ୍ରତିଶତ କର୍ମଚାରୀ ରୋଷ୍ଟର ଡ୍ୟୁଟି ହିସାବରେ ଆସୁଥିଲେ । ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ କମିଛି । ଏପଟେ ଗତ ଅଢ଼େଇ ମାସ ଅଧା କର୍ମଚାରୀରେ ବିଶ୍ୱବିଦ୍ୟାଳୟ ଓ କଲେଜ ଚାଲୁଥିବାରୁ ଅନେକ କାର୍ଯ୍ୟ ଅଧୁରା ହୋଇ ରହିଛି । ଆଗକୁ ୟୁଜି ଓ ପିଜି ଛାତ୍ରଛାତ୍ରୀ ଶେଷ ସେମିଷ୍ଟାର ପରୀକ୍ଷା ହେବ ।  ତେଣୁ ସମସ୍ତ କର୍ମଚାରୀ କଲେଜ ଓ ବିଶ୍ୱବିଦ୍ୟାଳୟକୁ ଆସିବା ଦରକାର । ମଙ୍ଗଳବାର ଏହି ନିର୍ଦ୍ଦେଶ ଲାଗୁ ହେବ। ସମସ୍ତେ କୋଭିଡ୍‌ ନିୟମ ପାଳନ କରିବେ । ମାସ୍କ ପିନ୍ଧିବା ସହ ସାନିଟାଇଜ, ସାମାଜିକ ଦୂରତା ରକ୍ଷା କରିବେ ବୋଲି ବିଭାଗ କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା