Masthead

ପରଲୋକରେ ବଲିଉଡର ପ୍ରଥମ ସୁପରଷ୍ଟାର ଦିଲ୍ଲୀପ କୁମାର

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ବଲିଉଡର ବରିଷ୍ଠ ଅଭିନେତା ଦିଲ୍ଲୀପ କୁମାରଙ୍କ ପରଲୋକ । ୯୮ ବୟସରେ ଆଖି ବୁଜିଲେ ଦିଲ୍ଲୀପ କୁମାର । ସେ ବୁଧବାର ସକାଳ ୭.୩୦ ରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ନିଶ୍ୱାସ ନେବାରେ ଅସୁବିଧା ହେତୁ ଦିଲ୍ଲୀପ କୁମାରଙ୍କୁ ଜୁନ୍ ୨୯ରେ ପୁଣି ଥରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେ ହିନ୍ଦୀ ସିନେମାର ‘ଟ୍ରାଜେଡି କିଙ୍ଗ’ ଭାବେ ପରିଚିତ ।

ଦିଲ୍ଲୀପ କୁମାରଙ୍କ ପ୍ରକୃତ ନାମ ମହମ୍ମଦ ୟୁସୁଫ ଖାନ । ୧୧ ଡିସେମ୍ବର ୧୯୨୨ରେ ଜନ୍ମଗ୍ରହଣ କରିଥିଲେ । ୨୨ ବର୍ଷ ବୟସରେ ପ୍ରଥମ ଫିଲ୍ମ କରି ଫିଲ୍ମ ଜଗତରେ ପାଦ ଥାପିଥିଲେ । ଦିଲ୍ଲୀପ କୁମାର ୧୯୪୪ ମସିହାରେ ବମ୍ବେ ଟକିଜ୍ ଦ୍ୱାରା ନିର୍ମିତ ଚଳଚ୍ଚିତ୍ର ‘ଜ୍ବାର ଭଟ୍ଟା’ ଫିଲ୍ମରେ ଅଭିନୟର କ୍ୟାରିଅର ଆରମ୍ଭ କରିଥିଲେ ।

ପ୍ରାୟ ପାଞ୍ଚ ଦଶନ୍ଧିର ଅଭିନୟ କ୍ୟାରିୟରରେ ୬୫ରୁ ଅଧିକ ଚଳଚ୍ଚିତ୍ରରେ କାମ କରିଥିଲେ । ଦିଲ୍ଲୀପ କୁମାରଙ୍କ କିଛି ଚଳଚ୍ଚିତ୍ର ହେଉଛି ଅନ୍ଦାଜ (୧୯୪୯), ଆନ୍ (୧୯୫୨), ଦାଗ୍ (୧୯୫୨), ଦେବଦାସ (୧୯୫୫), ଆଜାଦ (୧୯୫୫), ମୋଗଲ-ଏ-ଆଜମ (୧୯୬୦), ଗଙ୍ଗା ଯମୁନା (୧୯୬୧), ରାମ ଅର ଶ୍ୟାମ ( ୧୯୬୭) ପରି ଚଳଚ୍ଚିତ୍ରରେ ନିଜ ଅଭିନୟର ଛାପ ଛାଡିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି