Masthead

ସୁରକ୍ଷାବାହିନୀଙ୍କ ଗୁଳିରେ ଟଳିଲା ହିଜବୁଲର ଚିଫ୍ କମାଣ୍ଡର ମୁଜାହିଦ୍ଦିନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସୀମାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା । ଉତ୍ତର କାଶ୍ମୀରର ହନ୍ଦୱାଡାରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀ ମୁହାଁମୁହିଁ । ସୁରକ୍ଷାବାହିନୀର ଏନକାଉଣ୍ଟରରେ ହିଜବୁଲର ଚିଫ୍ କମାଣ୍ଡର ମେହରାଜୁଦ୍ଦୀନ ହଲୱାଇ ନିହତ । କାଶ୍ମୀର ଆଇଜିପି ଏନେଇ ସୂଚନା ଦେଇଛନ୍ତି । ମେହରାଜୁଦ୍ଦୀନ ହଲୱାଇ ବହୁ ଆତଙ୍କୀ କାର୍ଯ୍ୟକଳାପରେ ସାମିଲ ଥିଲା ।

ସୂଚନା ଅନୁସାରେ, ମଙ୍ଗଳବାର ବିଳମ୍ବିତ ରାତିରେ ଉତ୍ତର କାଶ୍ମୀରର ହନ୍ଦୱାଡାରେ କ୍ରାଲଗୁଣ୍ଡର ପାଜିପୋରା-ରେନାନ ଅଞ୍ଚଳରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ। ଏହି ଅଞ୍ଚଳରେ ହିଜବୁଲର ଆତଙ୍କବାଦୀମାନେ ଲୁଚି ରହିଥିବା ଗୁଇନ୍ଦା ସୂତ୍ରରୁ ସୂଚନା ମିଳିଥିଲା ।

ଏହାପରେ ସୁରକ୍ଷାବାହିନୀର ୩୨ ଆରଆର ଏବଂ ସିଆରପିଏଫର ୯୨ ବିଏନ୍‌ର ଜଏଣ୍ଟ ଟିମ୍ ଏହି ଅଞ୍ଚଳରେ ସର୍ଚ୍ଚ ଅପରେଶନ କରିଥିଲା ।ଏହି ସମୟରେ ଆତଙ୍କବାଦୀମାନେ ଗୁଳି ଚଳାଇଥିଲେ । ଫଳରେ ସୁରକ୍ଷାବାହିନୀର ଏହାର ପ୍ରତି ଜବାବ ଦେଇଥିଲା । ସୁରକ୍ଷାବାହିନୀର ଏନକାଉଣ୍ଟରରେ ହିଜବୁଲର ଚିଫ୍ କମାଣ୍ଡର ମେହରାଜୁଦ୍ଦୀନ ହଲୱାଇ ନିହତ ହୋଇଛି। ସ୍ଥାନୀୟ ଅଞ୍ଚଳରେ ଘେରାବନ୍ଦୀ କରି ସୁରକ୍ଷାବାହିନୀର ସର୍ଚ୍ଚ ଅପରେଶନ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ