Masthead

ଚିକେନ ଦୋକାନରୁ କ୍ୟାବିନେଟ ମନ୍ତ୍ରୀ

(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଛନ୍ତି ମହାରାଷ୍ଟ୍ରର ଟାଣୁଆ ନେତା ନାରାୟଣ ରାଣେ। ସେ ଶିବସେନାରୁ ରାଜନୀତି ଆରମ୍ଭ କରିଥିଲେ । ଆଜି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ତେବେ ଆପଣ ଜାଣି ଚକିତ ହେବେ ଏହି ନେତା ଦିନେ ଚିକେନ ଦୋକାନ କରିଥିଲେ ଓ ପରେ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ହୋଇଥିଲେ ।

ଶିବସେନାର ପ୍ରତିଷ୍ଠାତା ବାଲାସାହେବ ଠାକରେଙ୍କ ସମର୍ଥନରେ ନାରାୟଣ ରାଣେ ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ । ପରେ ଦଳରେ ମତଭେଦ ଯୋଗୁଁ କଂଗ୍ରେସରେ ଯୋଗ ଦେଇଥିଲେ । କଂଗ୍ରେସର ପରାଜୟ ଏବଂ ବିଜେପି କ୍ଷମତାକୁ ଫେରିଲା ପରେ ସେ ଭାରତୀୟ ଜନତା ପାର୍ଟି ସହ ହାତ ମିଳାଇଥିଲେ। ସେ କେବଳ ସାତ ମାସ ପାଇଁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଥିଲେ । ମହାରାଷ୍ଟ୍ରରେ ରାଣେଙ୍କର ଏକ ଦୃଢ଼ ସମର୍ଥନ ଆଧାର ରହିଛି । ୧୯୯୬ରେ ନାରାୟଣ ରାଣେ ଶିବସେନା-ବିଜେପି ସରକାରରେ ରାଜସ୍ୱ ମନ୍ତ୍ରୀ ଭାବରେ ଶପଥ ନେଇଥିଲେ । ଏହାପରେ ମନୋହର ଯୋଶୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାପରେ ରାଣେ ୧ ଫେବୃଆରୀ ୧୯୯୯ ରେ ଶିବସେନା-ବିଜେପି ମିଳିତ ସରକାରରେ ମୁଖ୍ୟମନ୍ତ୍ରୀ ହୋଇଥିଲେ।

ଏହାପରେ ତାଙ୍କୁ ଦଳ ଛାଡିବାକୁ ପଡିଲା ଏବଂ ସେ ୨୦୦୫ ରେ କଂଗ୍ରେସରେ ଯୋଗ ଦେଇଥିଲେ। ଶିବସେନାଠାରୁ ଅଲଗା ହେବା ପରେ ମଧ୍ୟ ରାଣେ ବିଧାନସଭା ନିର୍ବାଚନରେ ଜିତିଥିଲେ ଏବଂ ସେ ଜଣେ ବିଧାୟକ ହୋଇଥିଲେ। ସେ କଂଗ୍ରେସ ସରକାରରେ ରାଜ୍ୟର ରାଜସ୍ୱ ମନ୍ତ୍ରୀ ଥିଲେ। ପ୍ରାୟ ତିନି ଦଶନ୍ଧିର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଥିବା ନାରାୟଣ ରାଣେ ୧୦ ଏପ୍ରିଲ ୧୯୫୨ ରେ ଏକ ସାଧାରଣ ପରିବାରରେ ଜନ୍ମଗ୍ରହଣ କରିଥିଲେ। ରାଜନୀତିରେ ପ୍ରବେଶ କରିବା ପୂର୍ବରୁ ନାରାୟଣ ରାଣେ ଏକ ଚିକେନ୍ ଦୋକାନ ଖୋଲିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା