Masthead

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୬୪ ହଜାର୨୧୪ଟି ଆପଦଗ୍ରସ୍ତ ଆଦିମ ଜନଜାତି ପରିବାରକୁ ୫୦୦୦ ଟଙ୍କା ଲେଖାଏଁ ସ୍ଵତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । କୋଭିଡର ଦ୍ଵିତୀୟ ଲହରୀରେ ଏହି ଆଦିମ ଜନଜାତି ପରିବାର ମାନଙ୍କୁ ଆର୍ଥିକ ସୁରକ୍ଷା ଦେବା ପାଇଁ ଏହି ସହାୟତା ପ୍ରଦାନ କରାଯାଇଛି । ଏହା ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯାଇଛି । ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ମୁଁ ଜାଣେ କରୋନା ରୋଗ ଯୋଗୁଁ ଗରିବ ଲୋକଙ୍କ ରୋଜଗାର ଉପରେ ବହୁତ ପ୍ରଭାବ ପଢିଛି । ଆପଣମାନଙ୍କ ରୋଜଗାର ଉପରେ ମଧ୍ୟ ବହୁତ ପ୍ରଭାବ ପଡିଛି ।

ଏ ବିପଦ ସମୟରେ ଆପଣମାନେ ଏକା ନୁହନ୍ତି । ଆପଣଙ୍କ ସାଥିରେ ସରକାର ଅଛନ୍ତି । ଆପଣଙ୍କ କଲ୍ୟାଣ ପାଇଁ ସରକାର କାମ କରୁଛି । ରାଜ୍ୟର ସବୁ ଆପଦଗ୍ରସ୍ତ ଆଦିମ ଜନଜାତି ଗାଁର ପରିବାର ଏହି ସହାୟତା ପାଇବେ । ଆମର ଆଦିମ ଜନଜାତି ଭାଇ ଭଉଣୀଙ୍କ ମଧ୍ୟରୁ ୩୦୦ ରୁ ଅଧିକ ଲୋକ କରୋନାରେ ପୀଡିତ ଥିଲେ । ସେତେବେଳେ ସେମାନଙ୍କୁ ୨୫୦୦ ଟଙ୍କାର ରେସନ କିଟ୍ ଦିଆଯାଇଥିଲା ।

ତା ସହିତ ମଜୁରୀ କ୍ଷତି ଭରଣା ପାଇଁ ୧୪୦୦ ଟଙ୍କା ଲେଖାଏଁ ଦିଅଯାଇଥିଲା । ସେହିପରି ଏସସି ଏବଂ ଏସଟି ଛାତ୍ର ଛାତ୍ରୀଙ୍କ ବୃତ୍ତି ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କରୋନା ଯୋଗୁଁ ପିଲାମାନେ ଗତ ଏକ ବର୍ଷରୁ ଅଧିକ ସମୟ ହେଲା ହଷ୍ଟେଲ ଛାଡି ଘରେ ଅଛନ୍ତି । ମୁଁ ଆଶା କରୁଛି ତୁମେ ମାନେ ଘରେ ମଧ୍ୟ ନିଜ ପାଠ ପ୍ରତି ଧ୍ୟାନ ଦେବ । ମୁଁ ଚାହେଁ ତୁମେ ମାନେ ଭଲ ପାଠ ପଢ । ବଡ ମଣିଷ ହୁଅ ।

ତୁମ ପରିବାର , ତୁମ ଗାଁ , ତୁମ ସମାଜକୁ ବିକାଶ ସହ ଯୋଡି ପରିବର୍ତ୍ତନର ସାରଥି ହୁଅ । ଆଜି ମଧ୍ୟ ୬୦,୦୦୦ ଏସସି ଓ ଏସଟି ଛାତ୍ର ଛାତ୍ରୀଙ୍କୁ ଏପ୍ରିଲ, ମେ ଓ ଜୁନ ଏ ତିନି ମାସ ପାଇଁ ଏକକାଳୀନ ପ୍ରାକ ମାଟ୍ରିକ ଛାତ୍ରବୃତ୍ତି ଦିଆଯାଇଛି । ଏହା ପିଲାଙ୍କ ବାପା ମା ‘ ଙ୍କ ବ୍ୟାଙ୍କ ଖାତାରେ ଜମା ହୋଇଛି । ଝିଅ ମାନଙ୍କ ପାଇଁ ୨୪୦୦ ଟଙ୍କା ଓ ପୁଅ ମାନଙ୍କ ପାଇଁ ୨୨୫୦ ଟଙ୍କା ଦିଆଯାଇଛି । ସମୁଦାୟ ୫ ଲକ୍ଷରୁ ଅଧିକ ଛାତ୍ର ଛାତ୍ରୀ ଏହି ସୁବିଧା ପାଇବେ ।

ସୂଚନାଯୋଗ୍ୟ ଯେ ଗତବର୍ଷ ମଧ୍ୟ କୋଭିଡ ଯୋଗୁଁ ଆଗୁଆ ଛାତ୍ରବୃତ୍ତି ପ୍ରଦାନ କରାଯାଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାୟଗଡା ଓ କଳାହାଣ୍ଡି ଜିଲ୍ଲାର କେତେକ ଆପଦଗ୍ରସ୍ତ ଆଦିମ ଜନଜାତି ପରିବାର ସହିତ ଆଲୋଚନା କରିଥିଲେ । ରାୟଗଡାର ଲହରୀ ଗୁଣ୍ଡିଆ, କଳାହାଣ୍ଡିର ରତନୀ ମାଝି ଏବଂ ଆଉ କେତେ ଜଣ ହିତାଧିକାରୀ ୫୦୦୦ ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ସହିତ ସେମାନେ କୋଭିଡ ସମୟରେ ସରକାରଙ୍କ ଠାରୁ ଉତ୍ତମ ସେବା ପାଉଛନ୍ତି ବୋଲି ଜଣାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା