Masthead

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୫ ଆତଙ୍କବାଦୀ ନିହତ

(ବଡ଼ ଖବର ବ୍ୟୁରୋ): ଜାମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ଭାରତୀୟ ଯବାନଙ୍କ ଗୁଳିରେ ୫ ଆତଙ୍କବାଦୀ ନିହତ । କିଛି ଆତଙ୍କବାଦୀ ଲୁଚି ରହିଥିବା ଅନୁମାନ କରାଯାଉଛି । ସେଠାରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି । ପୁଲୱାମା ଅଞ୍ଚଳର ପୋଚାଲ ଅଞ୍ଚଳରେ ସୁରକ୍ଷା ବାହିନୀ ବଡ଼ ସଫଳତା ହାସଲ କରିଛି । ଏହି ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଥିଲେ ।

ଅନ୍ୟପକ୍ଷରେ କୁଲଗାମ ଜିଲ୍ଲାରେ ହୋଇଥିବା ଏନକାଉଣ୍ଟରରେ ଆଉ ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । କାଶ୍ମୀରର ଆଇଜିପି ବିଜୟ କୁମାର କହିଛନ୍ତି ଯେ ଗତ ୫ ଘଣ୍ଟା ମଧ୍ୟରେ ସୁରକ୍ଷା ବାହିନୀ ଦ୍ୱାରା ୫ ଆତଙ୍କବାଦୀ ନିହତ ହୋଇଛନ୍ତି । କୌଣସି କ୍ଷତିରେ ଅପରେସନ୍ ଚଳାଇଥିବାରୁ ଆଇଜିପି ପୋଲିସ ଏବଂ ସୁରକ୍ଷା ବାହିନୀକୁ ଅଭିନନ୍ଦନ ଜଣାଇଛି । ସୂଚନାଯୋଗ୍ୟ ଯେ, ଗୁରୁବାର ଦିନ ଜାମ୍ମୁ କାଶ୍ମୀରର କୁଲଗାମ ଏବଂ ପୁଲୱାମା ଜିଲ୍ଲାରେ ସୁରକ୍ଷା ବାହିନୀ ସହିତ ଦୁଇଟି ପୃଥକ ମୁକାବିଲାରେ ୫ ଆତଙ୍କବାଦୀ ନିହତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ