ଆଜିଠୁ ରାଜ୍ୟରେ ୫ ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗୁରୁବାରଠୁ ରାଜ୍ୟରେ ୫ଦିନ ବର୍ଷା । ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଗୁରୁବାର ୨୦ ଜିଲ୍ଲାକୁ ଜାରି କରାଯାଇଛି ୟେଲୋ ୱାର୍ଣ୍ଣିଂ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗିର, ସୋନପୁର, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ରାଜଧାନୀ ଭୁବନେଶ୍ୱରରରେ ପାଗ କୋହଲା ରହିବା ସହ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’