କମୁଛି ସଂକ୍ରମଣ, ବଢୁଛି ମୃତ୍ୟୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ହାର କମିବାକୁ ଲାଗିଛି । କିନ୍ତୁ ମୃତ୍ୟୁର ହାର ବଢିବଢି ଯାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୫୪୨ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ଜଣ ରହିଥିବା ବେଳେ ବରଗଡ଼, ଗଞ୍ଜାମ, ନୟାଗଡ଼, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, କଳାହାଣ୍ଡି, କୋରାପୁଟ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ , ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, କଟକ, ଦେବଗଡ଼, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୩୨୩୩୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୫୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୦୦୨୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୪୧୫ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି। ଏବେ ସୁଦ୍ଧା ରାଜ୍ୟରେ ୧୪୩୩୫୮୦୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!