Masthead

ଶ୍ରୀକ୍ଷେତ୍ରରେ ବଢିଲା କଟକଣା

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀକ୍ଷେତ୍ରରେ ବଢିଲା କଟକଣା । ଶ୍ରୀକ୍ଷେତ୍ରର କିଛି ସ୍ଥାନରେ କଟକଣାକୁ ବଢାଯାଇଛି । କେବଳ ଶ୍ରୀଗୁଣ୍ଡିଚା ମନ୍ଦିର ଓ ଆଖପାଖ ଅଂଚଳରେ ୧୩ ପରିବର୍ତ୍ତେ ୧୪ ତାରିଖ ସକାଳ ୬ଯାଏଁ ବଳବତ୍ତର ରହିବ କର୍ଫ୍ୟୁ । ତେବେ ପୁରୀ ସହରରୁ କିନ୍ତୁ କଟକଣାକୁ ହଟାଯାଇଛି । ମହାପ୍ରଭୁଙ୍କ ଆଡପ ମଣ୍ଡପ ପହଣ୍ଡିକୁ ନେଇ ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି । କୁମ୍ଭାରପଡା ସାହିର ମିଶ୍ର ଲେନ ଦେଇ ବଡଶଙ୍ଖରୁ ବାନାମ୍ବର ଛକ, ପୁରୁଣା ନବକଳେବର ରୋଡ ଦେଇ ବାନାମ୍ବର ଛକ ଠାରୁ ମାଟିଆପଡା ଛକ, ମାଟିଆପଡା ଛକ ଠାରୁ ଆଶୁତୋଷ ମଠ ଛକ, ଆଶୁତୋଷ ମଠ ଛକ ଠାରୁ ନୀଳକଣ୍ଠ ମନ୍ଦିର ଛକ, ନୀଳକଣ୍ଠ ମନ୍ଦିର ଛକ ଠାରୁ ବଡଶଙ୍ଖ ପର୍ୟ୍ୟନ୍ତ ଏହି କଟକଣା ଆସନ୍ତା ୧୪ ତାରିଖ ସକାଳ ୬ ଘଟିକା ପର୍ୟ୍ୟନ୍ତ ବଳବତ୍ତର ରହିବ ।

ଏହି ସମୟ ମଧ୍ୟରେ ଉକ୍ତ ଅଞ୍ଚଳରେ ସମସ୍ତ ଦୋକାନ ଓ ବଜାର, ଔଷଧ ଦୋକାନ, ବାଣିଜ୍ୟିକ ପ୍ରତିଷ୍ଠାନ, କାର୍ୟ୍ୟାଳୟ ବନ୍ଦ ରହିବ । ସାଧାରଣ ଲୋକଙ୍କ ଚଳପ୍ରଚଳ ଉପରେ କଟକଣା ଜାରି କରାଯାଇଛି । କେବଳ ସ୍ବୀକୃତିପ୍ରାପ୍ତ ଏବଂ ଅତ୍ୟାବଶ୍ୟକୀୟ ସାମଗ୍ରୀ ବହନ କରିଥିବା ଗାଡିକୁ ଛାଡିଦେଲେ ଅନ୍ୟଗାଡି ଗୁଡିକ ଯିବା ଆସିବା ଉପରେ ମଧ୍ୟ ଏହି କଟକଣା ବଳବତ୍ତର ରହିବ । ଏଥିନିମନ୍ତେ ସହଯୋଗ କରିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା