ଆଜି କେନ୍ଦ୍ର କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):   ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି କେନ୍ଦ୍ର କ୍ୟାବିନେଟ ବୈଠକ ବସିବ । ଏହି ବୈଠକ ବୁଧବାର ଦିନ ୧୧ଟା ବେଳେ ଅନୁଷ୍ଠିତ ହେବ । ଗତ ସପ୍ତାହରେ କେନ୍ଦ୍ର ମନ୍ତ୍ରିମଣ୍ଡଳର ସଂପ୍ରସାରଣ ପରେ ଏହା ହେବ ୨ୟ କ୍ୟାବିନେଟ୍ ବୈଠକ । ଆସନ୍ତା ୧୯ ତାରିଖରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେଉଥିବାରୁ ସେ ସମ୍ପର୍କରେ ଏହି କ୍ୟାବିନେଟ୍ ବୈଠକରେ ଆଲୋଚନା ହୋଇପାରେ ।

ଏକ ଦୃଷ୍ଟିକୋଣରୁ ଏହି ବୈଠକର ଗୁରୁତ୍ବ ବଢିଯାଇଛି । ତାହା ହେଉଛି ଗତ ପ୍ରାୟ ଏକ ବର୍ଷ ମଧ୍ୟରେ ଏହା ହେଉଛି ପ୍ରଥମ କ୍ୟାବିନେଟ୍ ବୈଠକ ଯାହାକି ଭର୍ଚୁଆଲ ମୋଡରେ ନ ହୋଇ ପ୍ରତ୍ୟକ୍ଷଭାବେ ଅନୁଷ୍ଠିତ ହେବ । ଶେଷ ଥର ପାଇଁ ଏକ ପ୍ରତ୍ୟକ୍ଷ ଭାବେ କ୍ୟାବିନେଟ୍ ବୈଠକ ଗତ ବର୍ଷ ଏପ୍ରିଲ ମାସରେ ଅନୁଷ୍ଠିତ ହୋଇଥିଲା । କିନ୍ତୁ କରୋନା ବ୍ୟାପିବା ପରେ କ୍ୟାବିନେଟ୍ ବୈଠକଗୁଡ଼ିକ ଭର୍ଚୁଆଲ ମୋଡ ବା ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହେଉଥିଲା । ମୋଦି ସରକାର ଗତ ଜୁଲାଇ ୭ରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ