Masthead

କେନ୍ଦ୍ରୀୟ କର୍ମଚାରୀଙ୍କୁ ଉପହାର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ଉପହାର । ବଢିଲା ମହଙ୍ଗା ଭତ୍ତା । ମହାମାରୀ ସମୟରେ ଦରଦାମ ବୃଦ୍ଧି ମଧ୍ୟରେ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏହା ଏକ ଖୁସି ଖବର । କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୧୭ ପ୍ରତିଶତରୁ ୨୮ ପ୍ରତିଶତକୁ ବଢାଇ ଦିଆଯାଇଛି । ଅର୍ଥାତ୍ ମହଙ୍ଗା ଭତ୍ତା ୧୧ ପ୍ରତିଶତ ବୃଦ୍ଧି କରାଯାଇଛି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି । ସୂଚନାଯୋଗ୍ୟ, କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ଟି କିସ୍ତିରେ ଆସିବାର ଥିଲା କିନ୍ତୁ କରୋନା ମହାମାରୀ କାରଣରୁ ଡିଏ ଉପରେ ରୋକ ଲଗାଇଥିଲେ କେନ୍ଦ୍ର ସରକାର । ବର୍ତ୍ତମାନ ଡିଏ ବୃଦ୍ଧି ପରେ ଆସନ୍ତା ସେପ୍ଟେମ୍ବର ମାସରୁ ଅଧିକ ବେତନ ଆସିବ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ