ଆଜି ୬ ଘଣ୍ଟିଆ ଓଡ଼ିଶା ବନ୍ଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ତୈଲ ଦର ବୃଦ୍ଧି ପ୍ରତିବାଦରେ ଆଜି ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି ବାମ ଦଳ । ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ଯାଏ ବନ୍ଦ ପାଳନ ହେବ । ପେଟ୍ରୋଲ୍ , ଡିଜେଲ୍ , ରନ୍ଧନ ଗ୍ୟାସ୍ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଳାଇଛନ୍ତି ବାମପନ୍ଥୀ ଦଳ। କଂଗ୍ରେସ ଓ ଅଖିଳ ଭାରତୀୟ ଛାତ୍ରସଂଘ ଏହି ବନ୍ଦ ଡାକରାକୁ ସମର୍ଥନ ଜଣାଇଛନ୍ତି । ଓଡ଼ିଶା ବନ୍ଦକୁ ଦୃଷ୍ଟିରେ ରଖି ଗୃହ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଳାପାଳଙ୍କୁ ଚିଠି ଲେଖାଯାଇଛି ।

ବନ୍ଦ ପାଳନ ସମୟରେ ଆଇନ ଶୃଙ୍ଖଳା ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ଗୃହ ସଚିବ ସନ୍ତୋଷ ବାଲା ଚିଠିରେ ଉଲ୍ଲେଖ କରିଛନ୍ତି । ବନ୍ଦ ପାଳନ ସମୟରେ ବ୍ୟବସାୟିକ ପ୍ରତିଷ୍ଠାନ, ମାର୍କେଟ୍ , କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସରକାରୀ କାର୍ଯ୍ୟାଳୟ, କୋର୍ଟ, ପେଟ୍ରୋଲ୍ ପମ୍ପ, ବ୍ୟାଙ୍କ, ଆର୍ଥିକ ଅନୁଷ୍ଠାନ ଗୁଡ଼ିକ ବନ୍ଦ ରହିପାରେ । ସେହିପରି ରେଳ ଚଳାଚଳ ମଧ୍ୟ ପ୍ରଭାବିତ ହୋଇପାରେ । ତେବେ ବନ୍ଦ ପାଳନ ସମୟରେ ଜରୁରୀ କାଳୀନ ବ୍ୟବସ୍ଥା ଜାରି ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’