Masthead

ରାସ୍ତା ରୋକିଲେ ଓଡ଼ିଶା ନିର୍ମାଣ ଶ୍ରମିକ ସଙ୍ଘ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ସାରା ରାଜ୍ୟରେ ଓଡ଼ିଶା ବନ୍ଦ ଡାକର ଦେଇଛି ବାମଦଳ । ଏହାର ପ୍ରଭାବ ଜଳେଶ୍ୱରରେ ପଡିଛି । ବନ୍ଦ ଡାକରାକୁ ସମର୍ଥନ କରିଛି ଓଡ଼ିଶା ନିର୍ମାଣ ଶ୍ରମିକ ସଙ୍ଘ । ସେଥିପାଇଁ ଆଜି ସକାଳ ୬ଟାରୁ ଜଳେଶ୍ୱରରେ ରାସ୍ତା ରୋକ କରିଛି ନିର୍ମାଣ ଶ୍ରମିକ ସଙ୍ଘ । ପେଟ୍ରୋଲ,ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ନିତ୍ୟ ବ୍ୟବହାର ଜିନିଷର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ବାମଦଳ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ସିପିଆଇଏମ ଓ କଂଗ୍ରେସ ପକ୍ଷରୁ ଜଳେଶ୍ୱର ବନ୍ଦ ଡାକରା ଦିଆଯାଇଛି ।

ସୁଚନା ଅନୁଯାୟୀ, ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ସିପିଆଇଏମ ଓଡ଼ିଶା ନିର୍ମାଣ ଶ୍ରମିକ ସଂଘ ପକ୍ଷରୁ ଓଡ଼ିଶା ବନ୍ଦକୁ ସମର୍ଥନ କରି ସକାଳ ୬ରୁ ଜଳେଶ୍ୱର ସହରରେ ପିକେଟିଂ କରାଯାଇଛି। ଏହା ସହିତ ୬୦ ନଂ ଜାତୀୟ ରାଜପଥ ସ୍ଥିତ ଲକ୍ଷ୍ମଣନାଥ ଟୋଲ୍ ପ୍ଲାଜା ନିକଟରେ ରାସ୍ତାର ଉଭୟ ପାର୍ଶ୍ୱକୁ ବନ୍ଦ କରାଯାଇଛି । ଫଳରେ ରାସ୍ତାର ଉଭୟ ପଟରେ ଯାତାୟତରେ ବାଧାପ୍ରାପ୍ତ ହୋଇଛି । ଫଳରେ ବହୁ ଗାଡି ମଟର ରାସ୍ତାର ଉଭୟ ପାର୍ଶ୍ୱରେ ଛିଡା ହୋଇଥିବାର ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼