Masthead

ରାଜ୍ୟରେ ଗଡ଼ିବ ବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ବଢ଼ିଲା ଆଂଶିକ ଲକଡାଉନ୍। ଅଗଷ୍ଟ ୧ ଯାଏ ରାଜ୍ୟରେ ଆଂଶିକ ଲକଡାଉନ୍ ଜାରି ରହିବ। ସାରା ରାଜ୍ୟରେ ଲକଡାଉନ୍ ସମୟରେ ବସ୍ ଚାଲିବ। ଏ ନେଇ ଆଜି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର। ପୂର୍ବଭଳି ଜିଲ୍ଲା ଗୁଡ଼ିକୁ ଦୁଇଟି କ୍ୟାଟେଗୋରୀରେ ରଖାଯାଇଛି। କ୍ୟାଟେଗୋରୀ-ଏ’ରେ ୨୦ଟି ଓ କ୍ୟାଟେଗୋରୀ-ବି’ରେ ୧୦ଟି ଜିଲ୍ଲା ରହିଛନ୍ତି। କ୍ୟାଟେଗୋରୀ-ଏ’ରେ ଥିବା ଜିଲ୍ଲା ଗୁଡ଼ିକରେ ସପ୍ତାହରେ ସାତଦିନ ଯାଏ ଦୋକାନ ଖୋଲିବ।

ସେହିପରି କ୍ୟାଟେଗୋରୀ-ବି’ରେ ସପ୍ତାହକୁ ୫ ଦିନ ଦୋକାନ ଖୋଲିବ। ପୂର୍ବଭଳି କ୍ୟାଟେଗୋରୀ-ବି’ ଜିଲ୍ଲାରେ ଶନିବାର ଓ ରବିବାର ସଟଡାଉନ୍ ବଳବତ୍ତର ରହିବ। ମୁଖ୍ୟ ଶାସନ ସଚିବ କହିଛନ୍ତି, ରାଜ୍ୟରେ ଏବେବି ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସିନାହିଁ। ଏଥିପାଇଁ ରାଜ୍ୟ ସରକାର କଟକଣା ଜାରି ରଖିବାକୁ ନିଷ୍ପତ୍ତି ନେଇଛନ୍ତି। କ୍ୟାଟେଗୋରୀ-ଏ’ରେ ଥିବା ୨୦ ଜିଲ୍ଲାରେ ସପ୍ତାହକ ସାତଦିନ ଯାଏ ସକାଳ ୬ଟାରୁ ରାତି ୮ଟା ଯାଏ ଦୋଦାକ ବଜାର ଖୋଲିବ। ସେହିପରି କ୍ୟାଟେଗୋରୀ-ବି’ରେ ସକାଳ ୬ଟାରୁ ସନ୍ଧ୍ୟା ୫ଟା ଯାଏ ଦୋକାନ ବଜାର ଖୋଲିବ। ଏହି ୧୦ଟି ଜିଲ୍ଲାରେ ସପ୍ତାହାନ୍ତ ସଟଡାଉନ୍ ମଧ୍ୟ ବଳବତ୍ତର ରହିବ। ତେବେ କ୍ୟାଟେଗୋରୀ-ବି’ରେ ପୂର୍ବଭଳି ନାଇଟ୍ କର୍ଫ୍ୟୁ ଜାରି ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା