Masthead

ନିର୍ମାଣ ଶ୍ରମିକ ହେଉଛନ୍ତି ବିଶ୍ୱକର୍ମା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରତ୍ୟେକ ନିର୍ମାଣ ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀ ବିଶ୍ୱକର୍ମାର ଆଖ୍ୟା ଦେଇଛନ୍ତି । ରାଜ୍ୟର ନିର୍ମାଣ ଶ୍ରମିକମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ସହାୟତା ପ୍ରଦାନ କରାଯାଇଛି। ଏହି ପ୍ୟାକେଜ୍ ପ୍ରତି ପଞ୍ଜୀକୃତ ନିର୍ମାଣ ଶ୍ରମିକ ୧୫୦୦ ଟଙ୍କା ଲେଖାଏ ପାଇଛନ୍ତି। ପ୍ରାୟ ୨୬ ଲକ୍ଷ ଶ୍ରମିକ ଏଥିରେ ଉପକୃତ ହୋଇଛନ୍ତି।

ଗତ ବର୍ଷ ମଧ୍ୟ କୋଭିଡ୍ ପ୍ରଥମ ଲହର ସମୟରେ ନିର୍ମାଣ ଶ୍ରମିକଙ୍କୁ ୧୫୦୦ ଟଙ୍କା ଲେଖାଏ ଦିଆଯାଇଥିଲା। ଭିଡିଓ କନ୍ଫରେନ୍ସିଂ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ପ୍ରଦାନ କରି କହିଥିଲେ ଯେ ଗରିବ ଲୋକଙ୍କୁ ତାଙ୍କ ଅଧିକାରରୁ କେହି ବି ବଞ୍ଚିତ କରିପାରିବେ ନାହିଁ। ଗରିବ ଲୋକଙ୍କର ସମ୍ମାନର ସହ ବଞ୍ଚିବାର ସମସ୍ତ ଅଧିକାର ରହିଛି।

କୋଭିଡ ସମୟରେ ଏହି ସହାୟତା ନିର୍ମାଣ ଶ୍ରମିକଙ୍କ ଅସୁବିଧାକୁ ହ୍ରାସ କରିବାରେ ସହାୟକ ହେବ। ଅର୍ଥନୀତିରେ ଶ୍ରମିକମାନଙ୍କ ଗୁରୁତ୍ବ ବିଷୟରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ  ଶ୍ରମିକମାନଙ୍କ କଲ୍ୟାଣ ବିନା ଅର୍ଥନୀତି କେବେ ବି ସମୃଦ୍ଧ ହୋଇପାରିବ ନାହିଁ। ନିର୍ମାଣ ଶ୍ରମିକମାନେ ଜଣେ ଜଣେ ବିଶ୍ବକର୍ମା। ନିଜେ ଅସୁବିଧାରେ ରହି ଅନ୍ୟ ପାଇଁ ଭଲ ଘର ତିଆରି କରନ୍ତି। ରାସ୍ତା, ସେତୁ ଆଦି କରନ୍ତି। ବିକାଶର ପ୍ରତିଟି ପୃଷ୍ଠାରେ ରହିଛି ଆମର ନିର୍ମାଣ ଶ୍ରମିକମାନଙ୍କର ତ୍ୟାଗ ଓ ପରିଶ୍ରମର କାହାଣୀ। ଗରିବ ଲୋକର ତ୍ୟାଗକୁ ସମ୍ମାନ ଦ୍ବାରା ହିଁ ଆମେ ବିକାଶ ସହ ସମସ୍ତଙ୍କୁ ଯୋଡ଼ି ପାରିବା ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ