Masthead

୨୬ରେ ଖୋଲିବ ସ୍କୁଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କମିଛି କରୋନା । ଏହାକ ଦୃଷ୍ଟିରେ ରଖି ରାଜ୍ୟରେ ସ୍କୁଲ, କଲେଜ ଖୋଲିବା ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଜୁଲାଇ ୨୬ ସୋମବାରଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଖୋଲିବ । ସମସ୍ତ ସରକରୀ ଓ ବେସରକାରୀ ବିଦ୍ୟାଳୟ ଖୋଲିବା ନେଇ ଘୋଷଣା କରାଯାିଛି । ଯେଉଁ ସ୍କୁଲରେ ମାଟ୍ରିକ ପରୀକ୍ଷା ସେଣ୍ଟର ହେଉଛି, ସେଠାରେ ପରୀକ୍ଷା ପରେ ଖୋଲିବ।

ସ୍କୁଲ ସକାଳ ୧୦ଟାରୁ ଦିନ ୧ଟା ୩୦ ଯାଏ ଖୋଲିବ। ଗଣଶିକ୍ଷା ସଚିବ କହିଛନ୍ତି ଯେ, ସ୍କୁଲକୁ ଆସିବା ପିଲାମାନଙ୍କ ଇଚ୍ଛାଧୀନ ରହିବ। ଅଭିଭାବକମାନଙ୍କ ସହ ଆଲୋଚନା କରି ପିଲାମାନେ ସ୍କୁଲ ଆସି ପାରିବେ। ଏଥିସହ ଦଶମ ଓ ଦ୍ଵାଦଶ ସହ ଅନ୍ୟ ଶ୍ରେଣୀ ଅନଲାଇନ ଶିକ୍ଷା ପୂର୍ବ ପରି ଚାଲୁ ରହିବ।

ସ୍କୁଲ ଖୋଲିବା ନିଷ୍ପତ୍ତି ଜିଲ୍ଲାପାଳଙ୍କ ଉପରେ ନ୍ୟସ୍ତ। ଜିଲ୍ଲାପାଳ ନିଜ ଅଞ୍ଚଳରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଖୋଲିବା ନେଇ ଅନୁମତି ଦେବେ। ସ୍କୁଲରେ ଖେଳ ଛୁଟି ଓ ମଧ୍ୟାହ୍ନ ଭୋଜନ ରହିବ ନାହିଁ। ପିଲା ଘରେ ଯାଇ ଖାଇ ପାରିବେ। ରବିବାର ସମସ୍ତ ଏବଂ ସମସ୍ତ ସରକାରୀ ଛୁଟି ଦିନରେ ସ୍କୁଲ ବନ୍ଦ ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି