Masthead

ତାଲାଣ୍ଡା କେନାଲ-ନେତାଜୀ ବସ୍ ଟର୍ମିନାଲ ପ୍ରକଳ୍ପ ସମୀକ୍ଷା କଲେ ସଚିବ ଭି.କେ ପାଣ୍ଡିଆନ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ, ରବିବାର ଫାଇଭ୍-ଟି ସଚିବ ଭି.କେ ପାଣ୍ଡିଆନ୍ କଟକସ୍ଥିତ ତାଲାଣ୍ଡା କେନାଲ ଏବଂ ନେତାଜୀ ବସ୍ ଟର୍ମିନାଲ ପ୍ରକଳ୍ପ ସ୍ଥାନ ପରିଦର୍ଶନ କରି ଏହାର ଅଗ୍ରଗତି ସମୀକ୍ଷା କରିଛନ୍ତି। ୧.୫୫ କିଲୋମିଟରର ତାଲାଣ୍ଡା କେନାଲ ନବୀକରଣ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ଶେଷ ହେବାକୁ ଯାଉଛି।

କେନାଲ କାମକୁ ଜାତୀୟ ରାଜପଥ ପାର୍ଶ୍ୱକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି। ଜାତୀୟ ରାଜପଥ ପର୍ଯ୍ୟନ୍ତ ଉଭୟ ପାର୍ଶ୍ୱରେ ସଡ଼କ ସହିତ ନବୀକରଣର ମୋଟ ଲମ୍ବ ୩.୫୫ କିଲୋମିଟର ହେବ । ପ୍ରଥମ ପର୍ଯ୍ୟାୟରେ ଆଗାମୀ ୧୦ ଦିନ ମଧ୍ୟରେ ଏହି କାମ ପାଇଁ କେଉଁ ଲୋକମାନଙ୍କୁ ସ୍ଥାନାନ୍ତର କରାଯିବ ତାହାର ତାଲିକା ପ୍ରଦାନ କରିବାକୁ ଫାଇଭ୍ ଟି ସଚିବ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି କଟକ ଏସସିବି ମେଡିକାଲ କଲେଜ ଏବଂ ଡାକ୍ତରଖାନାର ଉନ୍ନତିମୂଳକ କାମ ମଧ୍ୟ ତଦାରଖ କରିଛନ୍ତି ଫାଇଭ୍-ଟି ସଚିବ । ଏହି ଗସ୍ତ କାଳରେ ଫାଇଭ୍-ଟି ସଚିବ ଭି.କେ ପାଣ୍ଡିଆନଙ୍କ ସହିତ ପୂର୍ତ୍ତ ସଚିବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର ଭିନିଲ କ୍ରୀଷ୍ଣା, ଆରଡିସି, ସିଏମସି କମିଶନର ଏବଂ ବରିଷ୍ଠ ଅଧିକାରୀ ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର