Masthead

ଅଲିମ୍ପିକ୍ସରେ କରୋନା ଚିନ୍ତା

(ବଡ଼ ଖବର ବ୍ୟୁରୋ): ଅଲିମ୍ପିକ୍ସ କ୍ରୀଡ଼ା ଗ୍ରାମରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମିତ ମାମଲା । ରବିବାର ଆଉ ୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଏବେ ୩ ଜଣ ଆଥ୍‌ଲେଟ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆସନ୍ତା ସପ୍ତାହରେ ଏହି କ୍ରୀଡ଼ା ମହାକୁମ୍ଭ ଆରମ୍ଭ ହେବାକୁ ଥିବା ବେଳେ ଆଥ୍‌ଲେଟ ଭିଲେଜ୍‌ରେ ଏଭଳି ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ଆୟୋଜକଙ୍କ ପାଇଁ ମୁଣ୍ଡ ବ୍ୟାଥା ବଢ଼ାଇଛି ।

ମୋଟ ୧୦ଟି କରୋନା ମାମଲା ସାମ୍ନାକୁ ଆସିଛି । ଯେଉଁଥିରେ କିଛି ମିଡିଆ କର୍ମଚାରୀ ମଧ୍ୟ ରହିଛନ୍ତି । ଦକ୍ଷିଣ କୋରିଆର ଅଲିମ୍ପିକ୍ସ ମେମ୍ବର ଟୋକିଓରେ ପହଞ୍ଚିବା ପରେ ତାଙ୍କର ନମୁନା ପରୀକ୍ଷଣ ହୋଇଥିଲା । ସେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ତେବେ ସେ ଭ୍ୟାକ୍ସିନ୍ ନେଇ ସାରିଥିବା ସତ୍ତ୍ୱେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ରାଜଧାନରେ ଟୋକିଓରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଲଗାତାର ଚତୁର୍ଥ ଦିନରେ ସଂକ୍ରମିତଙ୍କ ସଂଖ୍ୟା ୧୦୦୦ ଟପିଛି । ଏସବୁ ଘଟଣା ପରେ ଜାପାନରେ ଏହି କ୍ରୀଡ଼ା ମହାକୁମ୍ଭର ଆୟୋଜନ ନେଇ ମତଭେଦ ଆରମ୍ଭ ହୋଇଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ