Masthead

କରୋନା ଟେଷ୍ଟରେ ଓଡ଼ିଶାର ରେକର୍ଡ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ଟେଷ୍ଟରେ ଓଡ଼ିଶାର ରେକର୍ଡ । କୋଭିଡ୍ ଟେଷ୍ଟରେ ମାଇଲଖୁଣ୍ଟ ସ୍ଥାପନ କରିଛି ଓଡ଼ିଶା । ରାଜ୍ୟରେ ୧.୫ କୋଟିରୁ ଅଧିକ କୋଭିଡ୍ ଟେଷ୍ଟ କରାଯାଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଶଂସା କରିଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି, ସ୍ୱାସ୍ଥ୍ୟକର୍ମୀଙ୍କ ଅକ୍ଲାନ୍ତ ପରିଶ୍ରମ ଓ ଅଧିକ ଟେଷ୍ଟିଂ ଓଡ଼ିଶାକୁ କୋଭିଡ୍ ବିରୋଧୀ ଯୁଦ୍ଧରେ ଶକ୍ତିଶାଳୀ କରିଛି । ରାଜ୍ୟରେ ଦୈନିକ ୭୦ ହଜାରରୁ ଅଧିକ କୋଭିଡ୍ ଟେଷ୍ଟିଂ ହେଉଛି ।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୨୧୫ଟି ସଂକ୍ରମିତ ମାମଲା ଆସିଥିବା ବେଳେ ୨୪୦୦ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୫୪ ହଜାର ୩୨୬କୁ ବୃଦ୍ଧି ପାଇଛି । ଏବେ ରାଜ୍ୟରେ ୨୧ ହଜାର ୨୮୯ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି । କୋଭିଡରେ ୫ ହଜାର ୫୮ ଜଣ ପ୍ରାଣ ହରାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ